ପ୍ରମୂଖ ଖବର
  • ଲାଞ୍ଚ ନେଉଥିବା ବେଳେ ମହିଳା କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ,୧୦ ହଜାର ଟଙ୍କା ଜବତ
  • ||
  • କୋରାପୁଟ : ADEOଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହେଲା ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ସହ ୨୮୫ ଗ୍ରାମ୍ ସୁନା
  • ||
  • କଟକ : ବେଲେଶ୍ୱର ଡବଲ ମର୍ଡର ଘଟଣା: ୫ ବର୍ଷ ପରେ ଅଭିଯୁକ୍ତ ଗିରଫ
  • ||
  • ଆଠଗଡ଼ : ଟ୍ରେନ୍‌ରୁ ପାଲ ଚୋରି କରୁଥିଲେ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ
  • ||
  • ରାଜସ୍ଥାନ: ଟ୍ରେଲରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ଚାଲିଗଲା ୩ ଜୀବନ, ଏକାଧିକ ଆହତ
  • ||
  • ବେଆଇନ ଭାବେ ଅନ୍ୟ ଦେଶରେ ରହିବା ଆଇନଗତ ଅଧିକାର ନୁହେଁ । ବେଆଇନ ଭାବେ ରହୁଥିବା ଲୋକଙ୍କୁ ଭାରତ ନେବାକୁ ପ୍ରସ୍ତୁତ: ମୋଦି
  • ||
  • ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ, ପ୍ରଶ୍ନକାଳକୁ ଅଚଳ କରିଦେଲେ ବିରୋଧି, ଦିନ ୧୨ଟା ଯାଏ ଗୃହ ମୁଲତବୀ ଘୋଷଣା
  • ||
  • କଳାହାଣ୍ଡି : କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • ଆଜି ବିଜେପିର କୋର କମିଟି ବୈଠକ: ଅଧ୍ୟକ୍ଷତା କରିବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଭାପତି ଚୟନ ନେଇ ଆଲୋଚନା
  • ||
  • ଗରମରୁ ସାମାନ୍ୟ ଆଶ୍ୱସ୍ତି: ଆଜିଠୁ କମିବ ରାତି ତାପମାତ୍ରା,୧୬ରୁ ପୁଣି ବଢ଼ିବ ତାତି
  • ||

ବରପାଲିରେ ଡକାୟତି : ଘର ଲୋକଙ୍କୁ ବାନ୍ଧି ଦୁର୍ବୃତ୍ତ ଲୁଟି ନେଲେ ଦେଢ କୋଟି ଟଙ୍କାର ସୁନା ଅଳଙ୍କାର

Published By : Prameya | January 20, 2025 5:36 PM

ସୁନ୍ଦରଗଡ,୨୦।୧ :  ସୁନ୍ଦରଗଡ ହେମଗିରି ଥାନା  ସସୁନ୍ଧରା ବରପାଲିରେ ଘଟିଛି ଏକ ବଡଧରଣର ଡକାୟତି । ଘର ଲୋକଙ୍କୁ ବାନ୍ଧି ଲୁଟେରା ଲୁଟି ନେଲେ ଦେଢ କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ୨ ଲକ୍ଷ ଟଙ୍କା।  ଲୁଟର ଶିକାର ହୋଇଛନ୍ତି ବରପାଲିର ନିଖିଲ ଅଗ୍ରୱାଲ।

ସସୁନ୍ଧରା ବରପାଲିରେ ଥିବା ନିଖିଲ ଅଗ୍ରୱାଲଙ୍କ ଘରେ ସୋମବାର ଦିନ ଦ୍ବିପହରରେ ଦୁର୍ବୃତ୍ତମାନେ ପଶିଥିଲେ। ନିଖିଲ ଓ ତାଙ୍କ ପରିବାରକୁ ଦୁର୍ବୃତ୍ତମାନେ ଏକ ଘର ଭିତରେ ବାନ୍ଧିବା ସହ   ବନ୍ଧୁକ ଓ ଭୁଜାଲି ଦେଖାଇ ଭୟଭୀତ କରାଇଥିଲେ। ପରେ ଆଲମିରା ଖୋଲି ଦେଢ କେଜି ସୁନା, ଏକ କେଜି  ରୁପା ଓ ନଗଦ ୨ ଲକ୍ଷ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଖବର ପାଇ ଘଟଣା ସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ ପହଞ୍ଚି ଘଟଣାର  ତଦନ୍ତ କରୁଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.