PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ,୨୦ ।୧(ବ୍ୟୁରୋ) : ସୋମବାର ପୌଷପୂର୍ଣ୍ଣିମା ଉପଲକ୍ଷେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୋବାଭିଷେକ ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ଶ୍ରୀବିଗ୍ରହଙ୍କୁ ସୁନାବେଶରେ ବିଭୂଷିତ କରାଯିବ । ରତ୍ନସିଂହାସନରେ ଠାକୁରଙ୍କ ଅଭିଷେକ ନୀତି ସମ୍ପନ୍ନ ହେବ । ଏହି ଦିନ ରାମଚନ୍ଦ୍ର ବନବାସରୁ ଫେରି ରାଜା ହୋଇଥିଲେ । ଏଣୁ ଶ୍ରୀମନ୍ଦିର ପରମ୍ପରା ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପୁଷ୍ୟାଭିଷେକ ନୀତି ପାଳନ ହେବ ।
ରବିବାର ଚନ୍ଦନଲାଗି ନୀତି ସରିଲାପରେ ଭୋଗମଣ୍ଡପ ଘରେ ୮୭ଗରା ଜଳ ଓ ୨୧ଗରା ଘୃତ ଅଧିବାସ ହୋଇଛି । ସୋମବାର ସକାଳ ଧୂପ ସରିଲାପରେ ସ୍ୱତନ୍ତ୍ର ନୀତି ଆରମ୍ଭ ହେବ । ରତ୍ନସିଂହାସନ ନିମ୍ନରେ ଥିବା ଦର୍ପଣରେ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଅଭିଷେକ ନୀତି ଅନୁଷ୍ଠିତ ହେବ । ଏହାପରେ ମହାପ୍ରଭୁଙ୍କ ଚିତାକର୍ଷକ ସୁନାବେଶ ସମ୍ପନ୍ନ ହେବ । ଦ୍ୱିପହର ଧୂପ ସମୟରେ ପୂଜାପଣ୍ଡାମାନେ ରତ୍ନସିଂହାସନରେ ପୂଜାର୍ଚ୍ଚନା କରୁଥିବା ସମୟରେ ଭିତରଛ ମହାପାତ୍ର ଲକ୍ଷ୍ମଣ ରୂପରେ ଛତ୍ର ଧରି ଦଣ୍ଡାୟମାନ ହେବେ । ଛତ୍ରମୂଳକୁ ଧାରଣ କରି ପାଳିଆ ଭଣ୍ଡାର ମେକାପ ହନୁମାନ ରୁପରେ ଆଣ୍ଠୁମାଡ଼ି ବସିବେ । ଏହି ଅବସରରେ ଷୋଡ଼ଷ ଉପଚାରରେ ମହାପ୍ରଭୁଙ୍କୁ ନୈବେଦ୍ୟ ଅର୍ପଣ କରାଯିବ । ରାଜନୀତି ବନ୍ଦାପନା ନୀତି ସମ୍ପନ୍ନ ହେବ । ଶ୍ରୀରଘୁନାଥ ରତ୍ନସିଂହାସନକୁ ବିଜେ ହୋଇ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ନୀତି ସମ୍ପନ୍ନ କରିବେ ।