ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଥରି ଉଠିଲା ଘରଦ୍ଵାର

Published By : Rasmita Pradhan | December 2, 2024 12:03 PM

ପାଟଣା, ୦୨/୧୨ : ପୁଣି ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ। ଥରି ଉଠିଲା ଘରଦ୍ଵାର ସହ ଝରକା କବାଟ। କେନ୍ଦୁଝର ଜିଲ୍ଲା ପାଟଣା ଅଞ୍ଚଳରେ ୧୦ ଟା ୪୫ରେ ବିସ୍ଫୋରଣ ଭଳି ପ୍ରଚଣ୍ଡ ଶବ୍ଦ ଅନୁଭୂତ ହୋଇଛି। ଫଳରେ ଲୋକମାନେ ଆତଙ୍କିତ ହୋଇପଡିଛନ୍ତି। 

ସୂଚନାନୁଯାୟୀ, ସୋମବାର ପାଟଣା, ସାହାରପଡା, ଉଖୁଣ୍ଡା, ତୁରୁମୁଙ୍ଗା ଆଦି ଅଞ୍ଚଳରେ ଶୂନ୍ୟରୁ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଥିଲା। ଏହି ଶବ୍ଦରେ ଘରଦ୍ଵାର ସହ ଝରକା କବାଟ ଥରି ଉଠିଥିଲା। ଲୋକମାନେ ଭୟଭୀତ ହୋଇ ବାହାରକୁ ବାହାରି ଆସିଥିଲେ। ତେବେ ଏହି ଶବ୍ଦ କେଉଁଠାରୁ ଆସିଲା ତାହା ଜଣାପଡ଼ି ନାହିଁ। ବାରମ୍ଵାର ଏଭଳି ଶବ୍ଦ ଶୁଣିବାକୁ ମିଳୁଛି। ନଭେମ୍ଵର ୨୩ ତାରିଖରେ ମଧ୍ୟ ଏଭଳି ଶବ୍ଦ ଶୁଣିବାକୁ ମିଳିଥିଲା।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.