ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ନାଉଗାଁ କଲେଜରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ

Published By : Prameya | April 8, 2025 5:47 PM

ଜଗତସିଂହପୁର,୮/୪  : ଜଗତସିଂହପୁର ଜିଲ୍ଲା ନାଉଗାଁ କଲେଜରେ ଅଭାବନୀୟ ଘଟଣା । ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ର ଛାତ୍ରୀ । ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ବିଷ ପିଇଥିବା ସନ୍ଦେହ  କରା ଯାଉଛି । ଗୁରୁତର ଅବସ୍ଥାରେ ଉଭୟ ଙ୍କୁ ପ୍ରଥମେ ଜଗତସିଂହପୁର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । 

ଗୁରୁତର ଛାତ୍ର କାକଟପୁର ଅଞ୍ଚଳର ଓ ଛାତ୍ରୀ ଜଣକ ନାଉଗାଁ ଅଞ୍ଚଳର ବୋଲି ଜଣାପଡ଼ିଛି । ଉଭୟ ନାଉଗାଁସ୍ଥିତ ଶ୍ରୀଜଗନ୍ନାଥ ମହାବିଦ୍ୟାଳୟରେ +୩ରେ ପାଠ ପଡୁଛନ୍ତି । ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ରହିଥିବା ବେଳେ ପରିବାର ଲୋକେ ଏହାକୁ ବିରୋଧ କରିଆସୁଥିଲେ । ଫଳରେ ଉଭୟ ପ୍ରେମୀ ଯୁଗଳ ଶେଷରେ ବିଷ ପିଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.