ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ପୂର୍ବ କେନ୍ଦ୍ରୀୟ ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୩୬ ଘଣ୍ଟାରେ ହେବ ଆବପାତରେ ପରିଣତ

Published By : Prameya | May 22, 2025 10:53 AM

ଭୁବନେଶ୍ଵର, ୨୨/୦୫ : ପୂର୍ବ କେନ୍ଦ୍ରୀୟ ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଆବପାତରେ ପରିଣତ ହେବ ଲଘୁଚାପ। ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। 

ସେପଟେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ୨୪ ଘଣ୍ଟାରେ ଦକ୍ଷିଣ ଉପକୂଳ ଜିଲ୍ଲାରେ କାଳବୈଶାଖୀ ନେଇ ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାକୁ ସତର୍କତା ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ିଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏଥିସହ ଘଣ୍ଟାପ୍ରତି ପବନର ବେଗ ୩୦ ରୁ ୪୦ କିଲୋମିଟର ବେଗରେ ରହିବ । ସେପଟେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବ । କେରଳ ଛୁଇଁବାର ୧୦ ରୁ ୧୨ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଉଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.