ପ୍ରମୂଖ ଖବର
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା

Published By : Rasmita Pradhan | July 23, 2025 7:42 AM

ଭୁବନେଶ୍ୱର, ୨୩/୦୭ : ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବା ଗୁରୁବାର ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ବୁଧବାରଠାରୁ ବର୍ଷା ଆରମ୍ଭ ହୋଇଯିବ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ୨୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୭ ଓ ୨୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । 

ମଙ୍ଗଳବାର କୋରାପୁଟରେ ସର୍ବାଧିକ ୬୦ମିମି ବର୍ଷା ହୋଇଛି । ଚାନ୍ଦବାଲିରେ ୧୭ମିମି ଓ ଖୋର୍ଦ୍ଧାରେ ୭ମିମି ବର୍ଷା ରେକର୍ଡ ହୋଇଛି । ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ଆକଳନ କରି କହିଛି, ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ଗୁରୁବାର ବା ଶୁକ୍ରବାର ରାତିରେ ଅଧିକ ଘନୀଭୂତ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ମୁହାଁଇବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.