ପ୍ରମୂଖ ଖବର
  • ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଗିରଫ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ଦିଲ୍ଲୀରୁ ଫେରିବା ପରେ ମନମୋହନଙ୍କ ବଡ଼ ବୟାନ: 'ଖୁବଶୀଘ୍ର ବିଜେପିର ନୂଆ ସାଂଗଠନିକ କମିଟି'
  • ||
  • ଖୁବ୍‌ଶୀଘ୍ର ଏସ୍‌ସିବିରୁ ଡିସ୍‌ଚାର୍ଜ ହେବେ ଜ୍ୟୋତିପ୍ରକାଶ, ସୋମବାର ଡାକ୍ତରୀ ଟିମର ଜରୁରି ବୈଠକ
  • ||
  • ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଦିଲ୍ଲୀ ଏମ୍‌ସରେ ମୁହଁ ଖୋଲିଲେ ବଳଙ୍ଗା ପୀଡ଼ିତା: ବଖାଣିଲେ ସାଂଘାତିକ ସତ, ମାଜିଷ୍ଟ୍ରେଟ୍‌, ଡାକ୍ତରଙ୍କ ସାମ୍ନାରେ ବୟାନ ରେକର୍ଡ
  • ||
  • ଶନିବାର କଟକରେ ସରକାରୀ ଛୁଟି ବାତିଲ୍‌, ବର୍ଷା ଓ ଜଳବନ୍ଦୀ ପାଇଁ ସତର୍କତା
  • ||
  • ମନ୍ତ୍ରିମଣ୍ଡଳ ଅଦଳବଦଳ ଖୁବ୍‌ଶୀଘ୍ର; ବାଦ୍‌ ପଡ଼ିବେ ସବୁ ଅପାରଗ, ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ମାଗିଲେ ମୁଖ୍ୟମନ୍ତ୍ରୀ
  • ||
  • ବଳ ଗୋଟାଉଛି ଅବପାତ: ଆଜି ପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଏସ୍‌ଆରସିଙ୍କ ସତର୍କତା
  • ||

ଅବପାତର ରୂପ ନେଲା ଲଘୁଚାପ : ୨ ଜିଲ୍ଲାରେ ଅତିଭୀଷଣ ବର୍ଷା ସମ୍ଭାବନା, ମୟୂରଭଞ୍ଜରେ ସ୍କୁଲ୍ ଛୁଟି ଘୋଷଣା

Published By : Rasmita Pradhan | July 25, 2025 10:32 AM

ଭୁବନେଶ୍ଵର, ୨୫/୦୭ : ଅବପାତର ରୂପ ନେଲା ଲଘୁଚାପ। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ କେନ୍ଦୁଝର ଓ ମୟୂରଭଞ୍ଜରେ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୨ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ୧୦ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ଵଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ ଏବଂ ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବାକି ଜିଲ୍ଲାକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। 

ଗତକାଲିଠୁ ଟ୍ଵିନ୍ ସିଟିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଜାରି ରହିଛି। ସେପଟେ ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। କଚ୍ଚା ଘରେ ଥିବା ହଷ୍ଟେଲ୍ ଅନ୍ତେବାସୀଙ୍କୁ ସ୍ଥାନାନ୍ତର କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୨ ଘଣ୍ଟାରେ ଜିଲ୍ଲାରେ ଅତିଭୀଷଣ ବର୍ଷା ଆଶଙ୍କା ଥିବାରୁ ସ୍କୁଲ୍ ବନ୍ଦ ରହିଛି। 

ପାଣିପାଣ ବିଭାଗ ପୂର୍ବାନୁମାନ, ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ। ଏହା ପରବର୍ତ୍ତୀ ସପ୍ତାହରେ ଆଉ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହୋଇପାରେ । ୨୬ ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ସହ ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୨୭ରେ ଅନେକ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବହୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ୨୮ରେ ବର୍ଷା ଆହୁରି ବଢ଼ିବ । ୩୦ ଯାଏଁ ରାଜ୍ୟରେ ବର୍ଷାରୁ ନିସ୍ତାର ନାହିଁ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.