ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ କ୍ଷେତ୍ର, ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା

ଭୁବନେଶ୍ଵର, ୨୪/୦୫ : ଦାନା ବାନ୍ଧୁଛି ବାତ୍ୟା ‘ରେମାଲ୍‌’ । ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର। ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ହୋଇଛି। ୨୫ ତାରିଖ ସକାଳ ସୁଦ୍ଧା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଘନୀଭୂତ ହୋଇ ଭୀଷଣ ବାତ୍ୟା ହେବାର ସମ୍ଭାବନା ରହିଛି। ସେହିପରି କାଲି ମଧ୍ୟରାତ୍ରୀ ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିବ। ବାଂଲାଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ସାଗର ଦ୍ଵୀପ ଓ ଖେପୁପାରା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। 

ସୂଚନାନୁଯାୟୀ, ଓଡ଼ିଶା ଉପରେ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୭ରେ ବି କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର ଓ ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହେବ । 

ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଉତ୍ତର-ପୂର୍ବ ଦିଗରେ ଗତି କରୁଛି । ୨୬ରେ ଭୀଷଣ ବାତ୍ୟା ହୋଇ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳ ସଂଲଗ୍ନ ଅଞ୍ଚଳରେ ମାଡ଼ ହେବ । ବାତ୍ୟା ହେବା ପରେ ଘଣ୍ଟାକୁ ୯୦ କିମି ବେଗରେ ପବନ ବହିବ । ଓମାନ୍‌ ପ୍ରସ୍ତାବିତ ନାମ ମୁତାବକ ବାତ୍ୟାର ନାଁ ‘ରେମାଲ୍‌’ ହେବ । ଭୀଷଣ ବାତ୍ୟା ପରେ ଉତ୍ତର ବଙ୍ଗୋପସାଗରରେ ୧୦୦ରୁ ୧୧୦ କିମି ବେଗରେ ପବନର ଝଟ୍‌କା ଅନୁଭୂତ ହେବ । 

ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ୨୫ ତାରିଖ ସନ୍ଧ୍ୟାରେ ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।  ଜିଏଫ୍‌ଏସ୍‌ ମଡେଲର ଆକଳନ କରିଛି, ୨୬ ତାରିଖ ସକାଳ ୬ଟାରେ ଏହା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବ । ୯୦ କିମି ବେଗରେ ପବନ ବହିବ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.