ଭୁବନେଶ୍ୱର ୨୫/୦୭: ରାଜ୍ୟରେ ଆଗକୁ ବଡ଼ ବର୍ଷା। ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ନେଲା ଲଘୁଚାପ ରୂପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତତସଂଲଗ୍ନ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ଏହି ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟାରେ ଆହୁରି ଘନୀଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହାପ ପ୍ରଭାବରେ ଓଡ଼ିଶାା ୩୦ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୨ ଦିନ ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଏହାର ସିଧାସଳଖ ପ୍ରଭାବରେ ବିଶେଷ କରି ଉତ୍ତର ଓଡ଼ିଶାରେ ଭାରିରୁ ଅତି ଭାରି ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ :-  Low Pressure Alert: ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ନେବ ଲଘୁଚାପ ରୂପ, ୩୦ ଯାଏ ବର୍ଷିବ, ଆଜି ଓ କାଲି ପୁରୀରେ ପ୍ରବଳ ବର୍ଷା ସମ୍ଭାବନା

ପାଣିପାଗ ବିଭାଗ ପକ୍ଷରୁ ୨୫ ତାରିଖ ପାଇଁ ରାଜ୍ୟର ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଏବଂ ପବନ ହେବାର ଆଶଙ୍କା ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।