ଭୁବନେଶ୍ୱର,: ଆସନ୍ତା ୨୩ ଓ ୨୪ ତାରିଖରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୩ ତାରିଖ(ସୋମବାର) ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକର ବିକ୍ଷିପ୍ତ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନର ଆକଳନ ଅନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଆଗକୁ ଅଗ୍ରସର ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ । ମଙ୍ଗଳବାର ମୟୂରଭଞ୍ଜ, ଯାଜପୁର ଓ କଟକରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।