ପ୍ରମୂଖ ଖବର
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ତାତିରେ ଲାଗିବ ବ୍ରେକ୍, ସୃଷ୍ଟି ହେବ ଲଘୁଚାପ, ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Published By : Rasmita Pradhan | August 13, 2025 7:37 AM

ଭୁବନେଶ୍ୱର,୧୩/୦୮ : କେନ୍ଦ୍ରୀୟ ବଙ୍ଗୋପସାଗରରେ ମଙ୍ଗଳବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ପ୍ରଭାବରେ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ସମ୍ଭାବ୍ୟ ଲଘୁଚାପର ପ୍ରଭାବ ସତ୍ତ୍ଵେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଛି । ବୌଦ୍ଧରେ ସର୍ବାଧିକ ୩୭ ଡିଗ୍ରୀ ତାତି ଅନୁଭୂତ ହୋଇଛି । ବୁଧବାର କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗିର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ । ୧୫ ତାରିଖରେ ଦକ୍ଷିଣ ଓଡ଼ିଶାର ବହୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଅଛି । 

ମଙ୍ଗଳବାର ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନର ତାପମାତ୍ରା ୩୬ ଡିଗ୍ରୀ ପାଖାପାଖି ରହିଥିଲା । ଅଧିକ ଆର୍ଦ୍ରତା ଯୋଗୁଁ ଭୀଷଣ ଗୁଳୁଗୁଳି ହେଉଥିଲା । ଝାରସୁଗୁଡ଼ାରେ ୩୬.୫, ସମ୍ବଲପୁରରେ ୩୬.୨, ତାଳଚେରରେ ୩୫.୬, ସୋନପୁର ଓ ରାଉରକେଲାରେ ୩୫, ଟିଟିଲାଗଡ଼ରେ ତାତି ୩୪.୫ ଡିଗ୍ରୀ ରହିଥିଲା । ସକାଳୁ ନେଇ ସନ୍ଧ୍ୟା ଭିତରେ ଅନୁଗୁଳରେ ୧୨ମିମି ଓ ପାରଳାଖେମୁଣ୍ଡିରେ ୮.୨ ମିମି ବର୍ଷା ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.