PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା; ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ, ୩୧ରୁ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୯/୦୭(ବ୍ୟୁରୋ): ଆସନ୍ତାକାଲି(ସୋମବାର) ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡିର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ତେଣୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷେ ଆସନ୍ତାକାଲି ମୌସୁମୀ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଓଡ଼ିଶା ଉପକୂଳ ଏବଂ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ତଥା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଧିକ ଅଶାନ୍ତ ରହିବ । ତେଣୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଧୀବରମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବାରଣ କରାଯାଇଛି ।

ରବିବାର ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ମାଲକାଗିରିରେ ୭୦ ମିଲିମିଟର ବର୍ଷା ହୋଇଥିବା ବେଳେ ମାଥିଲିରେ ୪୫ ମିଲିମିଟର, ଖଇରପୁଟରେ ୨୫, କେ ଗୁମାରେ ୩୭, କୋରୁକୋଣ୍ଡାରେ ୯୭, କାଲିମେଳାରେ ୩୦ ଓ ପୋଡିଆରେ ୪୯ମିଲିମିଟର ବର୍ଷା ହୋଇଥିବା ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସଆରସି) କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ଯୋଗୁଁ ରାସ୍ତାରେ ପାଣି ଚାଲିଛି । ମାଲକାନଗିରି-କାଲିମେଳା ରାସ୍ତାରେ କାଙ୍ଗୁରୁକୋଣ୍ଡାଠାରେ ଥିବ