ପ୍ରମୂଖ ଖବର
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ

Published By : Rasmita Pradhan | April 28, 2025 2:41 PM

ପୁରୀ, ୨୮/୪ : ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ପୁରୀ ଜିଲ୍ଲା ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସଙ୍ଗଠନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।ଅତିରିକ୍ତ ଜିଲ୍ଲାପାଳ ଡ. ଶରତ ଚନ୍ଦ୍ର ମହାପାତ୍ର ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍ବତନ୍ତ୍ର ଓଡ଼ିଶା ଗଠନ, ଭାଷା ସୁରକ୍ଷାରେ ମଧୁବାବୁଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ। 

ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ରାଜୀବ ବେହେରା, ଡେପୁଟି କଲେକ୍ଟର ପ୍ରଶାନ୍ତ ଜେନା, ମନୀଷା ଷଡ଼ଙ୍ଗୀ, ସହଦେବ ସାହୁ, ବିବେକାନନ୍ଦ ସାହୁ, ମୁଖ୍ୟ ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି, ଜିଲ୍ଲା ପଞ୍ଚାୟତ ଅଧିକାରୀ ବଳରାମ ପାତ୍ର, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ପ୍ରଦୀପ କୁମାର ଦାସ, ଉପ ନିର୍ଦ୍ଦେଶକ ଉଦ୍ୟାନ ମଞ୍ଜୁଳା ରଥ, ଆରଟିଓ ରବିନ ପଟ୍ଟନାୟକ, ସହକାରୀ ଜିଲ୍ଲାପାଳ ଆଶୁତୋଷ ଦେ, ୱାଟକୋ ନିର୍ବାହୀ ଯନ୍ତ୍ରୀ ବିକ୍ରମ ରାଉତ, ଏଆରସିଏସ ସ୍ୱରୂପ କର, ପ୍ରୋଗ୍ରାମ ଅଫିସର ସୁହାଗୀ ହେମ୍ବ୍ରମ ପ୍ରମୁଖ ଯୋଗ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଅନ୍ୟାନ୍ୟ ସ୍ଥାନରେ ଥିବା ଉତ୍କଳ ଗୌରବଙ୍କ ପ୍ରତିମୂର୍ତ୍ତିରେ ବିଭିନ୍ନ ବ୍ୟକ୍ତି ବିଶେଷ, ଅନୁଷ୍ଠାନ ପକ୍ଷରୁ ମାଲ୍ୟାର୍ପଣ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.