ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ନେଲେ ମଧୁସୂଦନ ପାଢ଼ୀ

Published By : Rasmita Pradhan | January 31, 2025 12:55 PM

ଭୁବନେଶ୍ଵର, ୩୧/୦୧ : ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ନେଲେ ମଧୁସୂଦନ ପାଢ଼ୀ। ଶୁକ୍ରବାର ଭୁବନେଶ୍ଵରସ୍ଥିତ ତୋଷାଳି ଭବନରେ ସେ ଦାୟିତ୍ଵ ନେଇଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୨ ବର୍ଷ ପୂର୍ବେ ଭାରତୀୟ ପ୍ରଶାସନିକ ସେବାରୁ ଅବସର ପରେ ଆଜିଠୁ ସେ ଦାୟିତ୍ଵ ତୁଲାଇବେ। ୨୦୨୭ରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନକୁ ସୁରୁଖୁରରେ ପରିଚାଳନା କରିବା ତାଙ୍କ ପାଇଁ ଗୁରୁଦାୟିତ୍ୱ ରହିବ ବୋଲି ମଧୁସୂଦନ ପାଢ଼ୀ କହିଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ବରପାଲି କଲେଜ +୩ ପ୍ରଶ୍ନପତ୍ର ଲିକ୍ ମାମଲା, ୧୨ ଗିରଫ

ସୂଚନାନୁଯାୟୀ, ୨୦୨୪ ଅଗଷ୍ଟ ମାସରୁ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ କାର୍ଯ୍ୟକାଳ ସରିଥିଲା। ସେବେଠାରୁ ଏହି ପଦବୀ ଖାଲି ପଡ଼ିଥିଲା। ଆଜି ତାଙ୍କ ସ୍ଥାନରେ ମଧୁସୂଦନ ପାଢ଼ୀ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ୧୯୯୧ ବ୍ୟାଚର ଜଣେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲ୍ଲା ବାଲିଗୁଡାର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ। ଏହାପରେ ରାଜ୍ୟର ବିଭିନ୍ନ ବିଭାଗର ସଚିବ ଭାବେ ଦାୟିତ୍ଵ ତୁଲାଇଥିଲେ। ୨୦୨୨ ଅକ୍ଟୋବର ମାସରେ ସେ ଅବସର ନେଇଥିଲେ। ସେ ଜଣେ ଦକ୍ଷ ଅଫିସର ଭାବେ ଜଣାଶୁଣା ଏବଂ ନିରପେକ୍ଷ ଭାବେ କାର୍ଯ୍ୟ କରିବେ ବୋଲି ସମସ୍ତଙ୍କ ଆଶା ରହିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.