PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିିତ ପୂଜାରୀଙ୍କୁ ବହିଷ୍କାର ପରେ ବଦଳିଲେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ
  • ||
  • ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ଲଢିବେ ଭାରତୀୟ ବଂଶୋଦ୍ଭବ ତଥା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ
  • ||
  • ଭୁବନେଶ୍ବର : ୧୦ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ
  • ||
  • ଭୁବନେଶ୍ବର : ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ, କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା
  • ||
  • ସୋର : ଭଙ୍ଗା ହେଲା ବାହାନଗା ହାଇସ୍କୁଲ ଘର, ଟ୍ରେନ୍ ଦୁର୍ଘଟଣା ପରେ ରଖାଯାଇଥିଲା ମୃତଦେହ
  • ||
  • ଭୁବନେଶ୍ଵର : ରେଲୱେ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ୬୬୧ ପରିବାରକୁ ମିଳିଛି ସହାୟତା ରାଶି, ୪ଟି ଲେନରେ କରୁଛି ଟ୍ରେନ୍ ଚଳାଚଳ
  • ||
  • ରାୟଗଡ଼ା : ଠିକାଦାର ତଥା କଂଗ୍ରେସ ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
  • ||
  • ଭୁବନେଶ୍ଵର : ଏକ ମଡେଲ ସ୍କୁଲ ଭାବରେ ଗଢାହେବ ବାହାନଗା ହାଇସ୍କୁଲ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ||

ପରଜଙ୍ଗରେ ମାଫିଆଙ୍କ ଉତ୍ପାତ: ତହସିଲଦାରଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ, ଆରଆଇଙ୍କୁ ବି ଛାଡିଲେନି

ଢେଙ୍କାନାଳ ୨୬/୫: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ତହସିଲଦାରଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି । ଖାଲି ସେତିକି ନୁହେଁ ଜେସିବି ଚଢାଇ ଦେବାକୁ ଉଦ୍ୟମ ହୋଇଛି । ପଥରଖମ୍ବ ଗ୍ରାମ ନିକଟରେ ସରକାରୀ ଜମିରୁ ଜେସିବି ମାଧ୍ୟମରେ ବେଆଇନ ଭାବେ ମାଟି ଖୋଳା ଯାଉଥିବା ବେଳେ ଖବର ପାଇ ତହସିଲଦାର ସିରିଅୟଲ ଶୁଭ୍ର ପଟେଲ ଚଢାଉ ପାଇଁ ଯାଇଥିଲେ। ବେଆଇନ ଭାବେ ମାଟି ଉଠାଉଥିବା ବେଳେ ତହସିଲଦାର ନିଜ ମୋବାଇଲରେ ଫଟୋ ଉଠାଇବାବେଳେ ସେଠାରେ ଉପସ୍ଥିତ ଥିବା ମାଫିଆମାନେ ଆକ୍ରମଣ କରିଥିଲେ । ଗୋଡ଼ାଇ ଗୋଡ଼ାଇ ମାଡ ମାରିବା ସହ ଜେସିବି ଚଢାଇ ମାରିଦେବାକୁ ଉଦ୍ୟମ କରିଥିଲେ ମରଣାତ୍ମକ ଆକ୍ରମଣରେ ତହସିଲଦାର ଆହତ ହୋଇଛନ୍ତି । ତାଙ୍କୁ କାମାକ୍ଷାନଗର ଚିକିତ୍ସା ପାଇଁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ରାଜସ୍ବ ନିରିକ୍ଷକ ଆଲୋକ କୁମାର ଲେଙ୍କା ଖବର ପାଇ ତହସିଲଦାରଙ୍କୁ ଉଦ୍ଧାର କରିବାକୁ ଯାଇଥିବା ବେଳେ ତାଙ୍କୁ ମଧ୍ୟ ଆକ୍ରମଣ ହୋଇଛି। ଏହି ଘଟଣାରେ ୮ରୁ ୧୦ ଜଣ ସାମିଲ ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଥିବାବେଳେ ମାଫିଆମାନେ ଛତ୍ରଭଙ୍ଗ ଦେଇଛନ୍ତି l ଗୋଟିଏ ଟ୍ରାକ୍ଟରକୁ ଜବତ କରି ପୁଲିସ ଅଧିକ ତଦନ୍ତ ଚଳାଇଛି।