ପ୍ରମୂଖ ଖବର
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ମାଘ ସପ୍ତମୀ ବୁଡ଼ ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ: ତୀର୍ଥ ପୁଷ୍କରିଣୀ, ପରିମଳକୁ ଗୁରୁତ୍ୱ, ମୁତୟନ ହେବେ ୩୩ ପ୍ଲାଟୁନ୍‌ ଫୋର୍ସ

Published By : Prameya | January 28, 2025 1:11 PM

କୋଣାର୍କ,୨୮/: ଆସନ୍ତା ଫେବ୍ରୁଆରୀ ୪ରେ ଚନ୍ଦ୍ରଭାଗା ତୀର୍ଥରେ ପବିତ୍ର ମାଘ ସପ୍ତମୀ  ବୁଡ଼ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୋମବାର ଅପରାହ୍ଣରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ  ଦ୍ୱିତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି ।  ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ  କାକଟପୁର ବିଧାୟକ ତୁଷାରକାନ୍ତି ବେହେରା, ଉପଜିଲ୍ଲାପାଳ ରାଜକିଶୋର ଜେନା, ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, କୋଣାର୍କ ଏନ୍‌ଏସି ଅଧ୍ୟକ୍ଷା  ସଂଯୁକ୍ତା ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ ।  

ଚନ୍ଦ୍ରଭାଗା ତୀର୍ଥରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ  ଭିଡ଼କୁ ଦୃଷ୍ଟିରେ ରଖି ମେଳା ପଡ଼ିଆରେ ପାନୀୟ  ଜଳ ଯୋଗାଣ ନିମନ୍ତେ ୬୦ଟି ନଳକୂପ, ୪୦ ଷ୍ଟାଣ୍ଡ ପୋଷ୍ଟ, ଏକ ଶହ ଅସ୍ଥାୟୀ ଶୌଚାଳୟ,  ୪ଟି ପାଣି ଟ୍ୟାଙ୍କର, ବୁଡ଼ ୩ଦିନ ପୂର୍ବରୁ  ତୀର୍ଥ ପୁଷ୍କରିଣୀ ଜଳ ନିଷ୍କାସନ ଓ ବିଶୋଧନ କରାଯିବାକୁ ନିଷ୍ପତ୍ତି ହୋଇଛି । ସେହିପରି  ହେଲିପ୍ୟାଡ୍‌ରେ ଟ୍ରାଫିକ୍‌ ବ୍ୟବସ୍ଥା, ଚନ୍ଦ୍ରଭାଗା,  ରାମଚଣ୍ଡୀ ଓ କୋଣାର୍କ ବସ୍‌ଷ୍ଟାଣ୍ଡରେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର, ମାଘ ଷଷ୍ଠି ଓ ସପ୍ତମୀ ଦୁଇଦିନ  ପରିମଳ, ପାର୍କିଂ, ଆଲୋକ ବ୍ୟବସ୍ଥା, ଚନ୍ଦ୍ରଭାଗା  ବେଳାଭୂମି ଓ ତୀର୍ଥ ପୁଷ୍କରିଣୀରେ ୨୦ଜଣ ଲାଇଫ୍‌  ଗାର୍ଡ ନିଯୁକ୍ତ ହେବେ । ସପ୍ତମୀ ପୂର୍ବ ରାତିତମାମ  ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିବ । ସୂଚନା ପ୍ରସାରଣ,  ଶାନ୍ତିଶୃଙ୍ଖଳା ନିମନ୍ତେ ୩୩ପ୍ଲାଟୁନ୍‌ ଫୋର୍ସ  ମୁତୟନ ହେବେ । ଯାନବାହାନ ନିୟନ୍ତ୍ରଣ ଆଦି  ବ୍ୟବସ୍ଥାକୁ ସୂଚାରୁ ରୂପେ ସମ୍ପାଦନ କରିବା ପାଇଁ  ବିଭାଗୀୟ ଅଧିକାରୀମାନେ ବୈଠକରେ ସୂଚନା  ଦେଇଥିଲେ । ସପ୍ତମୀ ଦୁଇ ଦିନ ପୂର୍ବରୁ ସମସ୍ତ  କାର୍ଯ୍ୟ ତୁଲାଇବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଷଷ୍ଠୀ ଓ ସପ୍ତମୀ ଦୁଇ ଦିନ  ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିବ । କୋଣାର୍କ  ଓ ଗୋପରେ ମଦ ଦୋକାନ ବନ୍ଦ କରାଯିବ ।  

ସୂର୍ଯ୍ୟମନ୍ଦିର ଓ ନବଗ୍ରହ ମନ୍ଦିର ସମ୍ମୁଖରେ  ରାସ୍ତା ଦୁଇ ପାଶ୍ୱର୍ ଓ ରାସ୍ତା ମଝିରେ ଉଠା  ବ୍ୟବସାୟୀମାନେ ଜବରଦଖଲ କରିଥିବାରୁ ଟ୍ରାଫିକ୍‌ ସମସ୍ୟା ଦେଖାଦେବ ବୋଲି ବୈଠକରେ  ଆଲୋଚନା ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ  କାର୍ଯ୍ୟନିର୍ବାହୀ ଅଧିକାରୀ ଛବିରାଣୀ ସାହୁ, ନିମାପଡ଼ା ଏସ୍‌ଡିପିଓ ପ୍ରଭାତ କୁମାର ମଲ୍ଲିକ,  ତିନି ଠାକୁରଙ୍କ ସେବାୟତ, ମେଳାର ବ୍ୟବସ୍ଥା  ସହ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ, କୋଣାର୍କର ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.