ପ୍ରମୂଖ ଖବର
  • ଲାଞ୍ଚ ନେଉଥିବା ବେଳେ ମହିଳା କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ,୧୦ ହଜାର ଟଙ୍କା ଜବତ
  • ||
  • କୋରାପୁଟ : ADEOଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହେଲା ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ସହ ୨୮୫ ଗ୍ରାମ୍ ସୁନା
  • ||
  • କଟକ : ବେଲେଶ୍ୱର ଡବଲ ମର୍ଡର ଘଟଣା: ୫ ବର୍ଷ ପରେ ଅଭିଯୁକ୍ତ ଗିରଫ
  • ||
  • ଆଠଗଡ଼ : ଟ୍ରେନ୍‌ରୁ ପାଲ ଚୋରି କରୁଥିଲେ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ
  • ||
  • ରାଜସ୍ଥାନ: ଟ୍ରେଲରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ଚାଲିଗଲା ୩ ଜୀବନ, ଏକାଧିକ ଆହତ
  • ||
  • ବେଆଇନ ଭାବେ ଅନ୍ୟ ଦେଶରେ ରହିବା ଆଇନଗତ ଅଧିକାର ନୁହେଁ । ବେଆଇନ ଭାବେ ରହୁଥିବା ଲୋକଙ୍କୁ ଭାରତ ନେବାକୁ ପ୍ରସ୍ତୁତ: ମୋଦି
  • ||
  • ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ, ପ୍ରଶ୍ନକାଳକୁ ଅଚଳ କରିଦେଲେ ବିରୋଧି, ଦିନ ୧୨ଟା ଯାଏ ଗୃହ ମୁଲତବୀ ଘୋଷଣା
  • ||
  • କଳାହାଣ୍ଡି : କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • ଆଜି ବିଜେପିର କୋର କମିଟି ବୈଠକ: ଅଧ୍ୟକ୍ଷତା କରିବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଭାପତି ଚୟନ ନେଇ ଆଲୋଚନା
  • ||
  • ଗରମରୁ ସାମାନ୍ୟ ଆଶ୍ୱସ୍ତି: ଆଜିଠୁ କମିବ ରାତି ତାପମାତ୍ରା,୧୬ରୁ ପୁଣି ବଢ଼ିବ ତାତି
  • ||

ଆସନ୍ତା ୪ରେ ମାଘ ସପ୍ତମୀ ମେଳା, ଶୃଙ୍ଖଳିତ ବୁଡ଼ ପାଇଁ ବ୍ୟାରିକେଡ୍‌ ନିର୍ମାଣ

Published By : Prameya | January 23, 2025 1:42 PM

ରାମଚଣ୍ଡୀ,୨୩/୦୧: ଆସନ୍ତା ଫେବ୍ରୁଆରୀ ୪ରେ ପବିତ୍ର ମାଘ ସପ୍ତମୀ ବୁଡ଼ । ଏଥିପାଇଁ ଚନ୍ଦ୍ରଭାଗାରେ ପ୍ରଶାସନ ପକ୍ଷରୁ ଜୋରଦାର୍‌ ପ୍ରସ୍ତୁତି ଚାଲିଛି । ଶୃଙ୍ଖଳିତ ବୁଡ଼  ଲାଗି ଜିଗ୍‌ଜାଗ୍‌ ବ୍ୟାରିକେଡ୍‌ ନିର୍ମାଣ କରାଯାଉଛି । ତୀର୍ଥ ପୁଷ୍କରିଣୀ ସମ୍ମୁଖରେ ଥିବା ୬ଟି  ପ୍ରବେଶ ପଥରେ ଏକାଥରକେ ୩ହଜାରରୁ ଅଧିକ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ ।  ସେହିପରି ଡ୍ରେନେଜ୍‌ ବିଭାଗ ପକ୍ଷରୁ ତୀର୍ଥ ପୁଷ୍କରିଣୀ ଖନନ କରାଯାଇଛି। ସୁରକ୍ଷିତ  ବୁଡ଼ ଲାଗି ପାହାଚରେ ବାଲି ବିଛା ଯାଉଛି । ୧୦ଟି ପାଣି ପମ୍ପ ଯୋଗେ ଆବର୍ଜନା ପାଣି  ନିଷ୍କାସନ କରାଯାଉଛି । ଦଳ କଢ଼ା କାର୍ଯ୍ୟ ବି ଚାଲିଛି । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ  ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ପୁଲିସ୍‌ କହିଛି । 

ଏ ବର୍ଷ ଚନ୍ଦ୍ରଭାଗା ତୀର୍ଥରେ ରେକର୍ଡ  ସଂଖ୍ୟକ ଶ୍ରଦ୍ଧାଳୁ ବୁଡ଼ ପକାଇବେ ବୋଲି  ଅନୁମାନ କରାଯାଉଛି ।ମାଘ ସପ୍ତମୀରେ ତୀର୍ଥ ଜଳରେ ସ୍ନାନ ସାରି ସୂର୍ଯ୍ୟ  ଦର୍ଶନ ଓ ଦାନ କଲେ ସମସ୍ତ ପାପରୁ  ମୁକ୍ତି ମିଳିଥାଏ ବୋଲି ଶ୍ରଦ୍ଧାଳୁଙ୍କ ମନରେ  ବିଶ୍ୱାସ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.