ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬.୧

ଟୋକିଓ: ଜାପାନରେ ପୁଣି ଭୂମିକମ୍ପ । ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଉଠିଲା ଜାପାନ । ସୋମବାର ବିଳମ୍ବିତ ରାତି ପାଖାପାଖି ୧୨ଟା ୫୯ ମିନିଟ୍ ସମୟରେ ଉତ୍ତର ଜାପାନର ଲଓ୍ୱେତ ଓ ଆଓମୋରି ଅଞ୍ଚଳରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଥିବା ନେଇ ଜାପାନ ପାଣିପାଗ ଏଜେନ୍ସି ପକ୍ଷରୁ ସୂଚନା ଜାରି କରାଯାଇଛି । 

 ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ ଏହି ଭୂକମ୍ପ ହୋଇଥିବା ବେଳେ ଏବେସୁଦ୍ଧା ସୁନାମି ନେଇ କୌଣସି ଆଲର୍ଟ ଜାରି କରାଯାଇ ନାହିଁ । ଅନ୍ୟପଟେ ଭୂକମ୍ପ ଜନିତ କ୍ଷୟକ୍ଷତି ନେଇ ମଧ୍ୟ କୌଣସି ସୂଚନା ମିଳିପାରି ନାହିଁ । ଭୂକମ୍ପ ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଯଦିଓ ସୁନାମି ନେଇ କୌଣସି ସୂଚନା ଜାରି ହୋଇନି ତେବେ ଏଭଳି ଆଶଙ୍କାକୁ ଏଡ଼ାଇ ଦିଆଯାଇନପାରେ ।

ଏହାପୂର୍ବରୁ ଜାନୁଆରୀ ୧ ତାରିଖରେ ମଧ୍ୟ ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା । ଗୋଟିଏ ଦିନରେ ଏକାଧିକ ସ୍ଥାନରେ ସିରିଜ ଭୂକମ୍ପ ହୋଇଥିଲା । ନୋଟେ ଦ୍ୱୀପାଞ୍ଚଳର ଇସିକାଓ୍ବାରେ ୭.୬ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ଏହାପରେ ସୁନାମି ଆଲର୍ଟ ଜାରି କରାଯାଇଥିଲା । ଏଥିରେ ପାଖାପାଖି ୫୦ ଜଣଙ୍କ ଜୀବନ ଯାଇଥିବା ବେଳେ ଘର ଦ୍ୱାର ଭାଙ୍ଗିଯିବା ସହ ବ୍ୟାପକ କ୍ଷୟକ୍ଷତି ସହିଥିଲେ ଜାପାନର ଲୋକେ ।

  • prameyanews
  • PrameyaOdia
  • prameya
  • japan
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.