ପ୍ରମୂଖ ଖବର
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ

Published By : Harapriya Sethi | October 18, 2024 7:07 AM

ପୁରୀ,୧୮/୧୦: ଆଜି ଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ । ଶ୍ରୀକ୍ଷେତ୍ରରେ ଥିବା ହବିଷ୍ୟାଳୀ ମାନେ ସଂକଳ୍ପ କରି ଆଜିଠାରୁ ଚଉଁରା ମୂଳେ ରାଧାଦାମୋଦର ପୂଜା ସହ ହବିଷ୍ୟ‌ ବ୍ରତ ପାଳନ‌ କରିବା ଆରମ୍ଭ କରିଛନ୍ତି । ତେବେ ଆଜି ସନ୍ଧ୍ୟାରେ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ହବିଷ୍ୟାଳୀ ବ୍ରତ ୨୦୨୪ର ଶୁଭାରମ୍ଭ କରିବେ।

ଏଥିସହ ପୁରୀ ବିଧାୟକ ଓ ସାଂସଦଙ୍କ ସହ ଅନ୍ୟାନ୍ୟ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି । ଏକ ମାସ ଧରି ଚାଲିବାକୁ ଥିବା ଏହି ବ୍ରତରେ ହବିଷ୍ୟାଳୀମାନେ ଚଉରାମୂଳେ ରାଧାଦାମଦର ପୂଜା କରିବା ସହ ହବିଷ୍ୟ ବ୍ରତ ପାଳନ କରିବା ଆରମ୍ଭ କରିଛନ୍ତି । ଶ୍ରୀକ୍ଷେତ୍ର ପୁରୀରେ ଏହି ବ୍ରତ ପାଳନର ବିଶେଷ ମହତ୍ତ୍ୱ ଥିବାରୁ ହବିଷ୍ୟାଳି ମାନଙ୍କ ଭିଡ ଜମିଛି ପୁରୀରେ । ରାଜ୍ୟ ସରକାରଙ୍କ ପକ୍ଷରୁ ଅଢେଇ ହଜାର ବ୍ରତ ଧାରିଣୀଙ୍କ ପାଇଁ ମାଗଣାରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଏଥିସହ ମହାପ୍ରସାଦ ସେବନ, ସ୍ବାସ୍ଥ୍ୟ ସେବା ଓ ଶ୍ରୀଜୀଉଙ୍କ ଦର୍ଶନ ଉପରେ ମଧ୍ୟ ବିଶେଷ ଗୁରୁତ୍ବ ଦିଆଯାଇଛି । ଅନ୍ୟପଟେ ପୁରୀରେ ଥିବା ବିଭିନ୍ନ ମଠ ବାଡ଼ି, ଧର୍ମଶାଳାରେ ମଧ୍ୟ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଜମିଛି।

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.