ଭୁବନେଶ୍ୱର ୧୦।୧୨: ମହାନଦୀ ବିବାଦ ସମାଧାନ ପାଇଁ ଉଚ୍ଚସ୍ତରୀୟ କମିଟି ଗଠିତ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ। ଯାହାର ଅଧ୍ୟକ୍ଷତା କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ।
ସୂଚନା ମୁତାବକ, ଓଡ଼ିଶା, ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି। ଯାହାକୁ ନେଇ ଅନେକ ସମୟରେ ଉଭୟ ରାଜ୍ୟର ନେତା ଓ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ବୈଠକ ବସିଥିଲା। ଏହା ସହିତ କିଛି ସମାଧାନର ରାସ୍ତା ମଧ୍ୟ ବାହାରିଥିଲା। ହେଲେ ଏହାର ସମାଧାନ ହୋଇପାରୁନି । ଏପିରିକି ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲରେ ମାମଲାର ଶୁଣାଣି ହୋଇଥିଲା । ସେଠାରେ ଉଭୟ ରାଜ୍ୟ ଆପୋସ ସାମଧାନ କଥା ହୋଇଥିଲା । ଏବେ ରାଜ୍ୟ ସରକାର ବିବାଦର ସମାଧାନ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି କମିଟି ଗଠନ କରାଯାଇଛି । ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତା କରାଯାଇଛି । ବାକି ଆଉ ସାତ ଜଣ ସଦସ୍ୟଙ୍କୁ ଚୟନ କରାଯାଇଛି । ଏଥିରେ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ନିରଞ୍ଜନ ପୂଜାରୀ, ବିଧାୟକ ଜୟନାରାୟଣ ମିଶ୍ର, ବିଧାୟିକା ସୋଫିଆ ଫିର୍ଦ୍ଦୋଶ ରହିଛନ୍ତି।