ପ୍ରମୂଖ ଖବର
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ମାହାଙ୍ଗା ଡବଲ ମର୍ଡର ମାମଲା, ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

କଟକ,୨୮/୮:  ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାର ପ୍ରକାଶ ପାଇଲା ରାୟ ।  ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ । କଟକ ସାଲେପୁର ଅତିରିକ୍ତ ଦୌରାଜଜ୍ କୋର୍ଟ  ଏହି ମାମଲାର ଶୁଣାଣି କରି ରାୟ ଶୁଣାଇଛନ୍ତି । ଏହି ମାମଲାରେ ମୋଟ ୧୦ ଜଣ ମୁଦାଲାଙ୍କର ରାୟ ପ୍ରକାଶ ପାଇଛି । କେବଳ ଜଣେ ଅଭିଯୁକ୍ତ ଅରବିନ୍ଦ ଖଟୁଆ, ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦୋଷ ରେ ଖଲାସ ହୋଇଛନ୍ତି। ଅନ୍ୟ ୯ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । 

ତେବେ ଗତ ୨୦୨୧ ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ଘଟିଥିଲା ଏହି ଅଘଟଣ । ସ୍ଥାନୀୟ ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟାସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା ।  ଡିସେମ୍ବର ୯ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ଏହାପରେ ରମାକାନ୍ତଙ୍କ ମୃତ୍ୟୁ ହୋଇ ସାରିଥିବାରୁ ତାଙ୍କ ଭାଇ ରଞ୍ଜିତଙ୍କୁ ପ୍ରୋଟେଷ୍ଟ ପିଟିସନ ଦାଖଲ କରିବାକୁ ଅନୁମତି ଲୋଡ଼ି ସାଲେପୁର ଜେଏମଏଫସି ଅଦାଲତରେ ଆବେଦନ କରାଯାଇଥିଲା । ଅଦାଲତ ଏହି ଆବେଦନକୁ ଗ୍ରହଣ କରିବା ସହିତ ଏଥିପାଇଁ ଅନୁମତି ଦେଇଥିଲେ । ଏହାପରେ ରଣଜିତ ପ୍ରୋଟେଷ୍ଟ ପିଟିସନ କଂପ୍ଲେନ କେସ୍ ମାଧ୍ୟମରେ ଦାଖଲ କରିଥିଲେ । ମାମଲାରେ ରଣଜିତଙ୍କ ବୟାନ ଅଦାଲତରେ ରେକର୍ଡ କରାଯାଇଥିଲା । ଏଥି ସହିତ ଆଉ କେତେକ ସାକ୍ଷୀଙ୍କ ବୟାନ ମଧ୍ୟ ଅଦାଲତରେ ରେକର୍ଡ କରାଯାଇଥିଲା।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.