ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ମାହାଙ୍ଗା ଡବଲ୍ ମର୍ଡର ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

Published By : Harapriya Sethi | January 25, 2025 12:26 PM

ମାହାଙ୍ଗା,୨୫/୦୧: ମାହାଙ୍ଗା ଡବଲ୍ ମର୍ଡର ମାମଲାରେ ପ୍ରତାପ ଜେନାଙ୍କ ଅଡୁଆ ବଢିଲା । ପ୍ରତାପ ଜେନାଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ । ମାମଲାକୁ ବିଚାର ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ୪ ସପ୍ତାହ ଭିତରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ନିମ୍ନ ଅଦାଲତରେ ସାକ୍ଷୀଙ୍କ ବୟାନ ରେକର୍ଡ ସତ୍ୟପାଠ ଜରିଆରେ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ମୃତ କୁଳମଣୀ ବରାଳଙ୍କ ପୁଅ ରଂଜିତ ବରାଳ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ।

ତେବେ ଏହି ମାମଲାରେ ଗତ ବର୍ଷ ଅକ୍ଟୋବର ୧ ତାରିଖରେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି ମିଳିଥିଲା । ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ ବୋଲି, ନିମ୍ନ ଅଦାଲତ ଯେଉଁ ନିର୍ଦ୍ଦେଶ ଦେଇଥିଲେ, ତାକୁ ରଦ୍ଦ କରିଥିଲେ ହାଇକୋର୍ଟ। 

ସୂଚନାଯୋଗ୍ୟ ଯେ, ଗତ ୨୦୨୧ ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟାସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା । ଡିସେମ୍ବର ୯ ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ଏହି ମାମଲାର ଶୁଣାଣି କରି କଟକ ସାଲେପୁର ଅତିରିକ୍ତ ଦୌରାଜଜ୍ କୋର୍ଟ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି  ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.