PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଭଲ ପାଇ ବାହା ହୋଇଥିଲେ, ହେଲେ ବର୍ଷକ ମଧ୍ୟରେ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ନବବଧୂ

ମାହାଙ୍ଗା, ୩୦/୦୬ : ଭଲ ପାଇ ବାହା ହୋଇଥିଲେ, ହେଲେ ବର୍ଷକ ମଧ୍ୟରେ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ନବବଧୂ। ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ। ଯାଜପୁର ଜିଲ୍ଲା ବରି ବ୍ଲକ ସାବୁଆ ଗାଁରେ ଏଭଳି ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, କଟକ ଜିଲ୍ଲା ମାହାଙ୍ଗା ଥାନା ମୂଳବସନ୍ତ ପଞ୍ଚାୟତ ହଂସଦିଆ ଗାଁର ଶ୍ୟାମସୁନ୍ଦର ବାରିକଙ୍କ ଝିଅ ସରୋଜିନୀ ବାରିକ, ଯାଜପୁର ଜିଲ୍ଲା ବରି ବ୍ଲକ ସାବୁଆ ଗାଁର ଗଣେଶ୍ୱର ବାରିକଙ୍କ ପୁଅ ଗତିରଞ୍ଜନ ବାରିକଙ୍କ ସହ ପ୍ରେମ ବିବାହ କରିଥିଲେ । ହେଲେ ଗୁରୁବାର ଦିନ ସରୋଜିନୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଶାଶୁ ଘର ଲୋକେ ସରୋଜିନୀକୁ ଉଦ୍ଧାର କରି ମାହାଙ୍ଗା ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ତେବେ ସରୋଜିନୀଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଯୌତୁକ ବାବଦକୁ ସେ ଏକ ଲକ୍ଷ ଟଙ୍କା ନଦେଇ ପାରିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସେ ଥାନାରେ ଏତଲା ଦେଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।