ଭୁବନେଶ୍ବର,୨।୧୨ : ଆସନ୍ତା ୩ ତାରିଖ ତଥା ବୁଧବାର ମାର୍ଗଶିର ଶୁକଳ୍ପ ତ୍ରୟୋଦଶୀ ତିଥୀ। ଏହି ତିଥିରେ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ପ୍ରାୟ ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ।