ପୁରୀ ୨୭/୦୭: ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ  ହେବ । ସେଥିପାଇଁ ସନ୍ଧ୍ୟାରେ ପ୍ରାୟ ୪ଘଣ୍ଟା ଠାକୁରଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ  ରବିବାର ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦିଷ୍ଟ ସୂଚନା ଦେବ ।  ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦଇତାପତି  ସେବକମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ।  ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ  କରାଯାଇଥାଏ । ସେଦିନର ନୀତି ଉପରେ ପ୍ରକୃତ ଦର୍ଶନ କଟକଣା ସମୟ ନିର୍ଭର ରହିବ।

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଖସାପଡ଼ା ନୀତି ଆରମ୍ଭ ହେବ। ତେଣୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ  ।