ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ଚଳିତ ବର୍ଷ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ବନ୍ଦ

ପୁରୀ,୨୫।୬ : ଚଳିତ ବର୍ଷ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ଭକ୍ତଙ୍କ ପାଇଁ ବନ୍ଦ।  ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ, ନେତ୍ରତ୍ସୋବ ଓ ରଥଯାତ୍ରା ପଡୁଛି। ରଥଯାତ୍ରା ପାଇଁ ଅନେକ ଗୁଡ଼ିଏ ନୀତି କାନ୍ତି  ରହିଛି। ସେଥିପାଇଁ  ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ଭକ୍ତଙ୍କୁ  ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

 ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।  ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ରଙ୍କ ସହ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ତେବେ ସୋମବାର ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ରଥଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ କୁ ମୋହର ମାରିଛି ପରିଚାଳନା କମିଟି। ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତି କାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରା ନୀତି କାନ୍ତି ଅନୁଷ୍ଠିତ ହେବ ବୋଲି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ସେହିପରି ପୁରୁଣା ରେକର୍ଡ ଗୁଡ଼ିକ ସବୁ ଡିଜିଟାଇଜେସନ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ପରିଚାଳନା କମିଟି ସଦସ୍ୟ। 

ଜୁଲାଇ ୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାବେଳେ ଏହାର ପୂର୍ବଦିନ ଜୁଲାଇ ୬ରେ ପଟି ଦିଅଁଙ୍କ ଠାରୁ ଆଜ୍ଞାମାଳ ବିଜେ ହୋଇ ରଥଖଳାକୁ ଆସିବ। ଏହାପରେ ତିନି ରଥକୁ ଟଣାଯାଇ ସିଂହଦ୍ଵାର ସମ୍ମୁଖକୁ ଅଣାଯିବ।ତେବେ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ୬ ତାରିଖରେ ମହାପ୍ରଭୁଙ୍କ ୭ଟା ରୁ ୮ଟା ୩୦ ମଧ୍ୟରେ ସକାଳ ଧୂପ ନୀତି ବଢ଼ିବା ପରେ ୮ଟା ୪୫ରେ ରଥଖଳାକୁ ଆଜ୍ଞା ମାଳ ବିଜେ କରିବ। ଜୁଲାଇ ୭ରେ ରାତ୍ର ୨ଟା ରେ ମଙ୍ଗଳ ଆଳତୀ, ୭ଟା ୩୦ ରୁ ୧୨ଟା ୩୦ ମଧ୍ୟରେ ସେନାପଟା ଲାଗି, ପୂର୍ବାହ୍ନ ୧୧ଟା ରେ ରଥପ୍ରତିଷ୍ଠା, ୧ଟା ୧୦ ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ ରେ ପହଣ୍ଡି ଶେଷ ହେବ। ତେବେ ଅପରାହ୍ନ ୪ଟା ରେ ଗଜପତି ମହାରାଜାଙ୍କ ଦ୍ବାରା ଛେରାପହଁରା ନୀତି ପରେ ୫ଟା ରେ ରଥଟଣା ଆରମ୍ଭ ହେବ। ରଥଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ ନୀତି କାନ୍ତି କିଭଳି ସୂଚାରୁରୂପେ ହୋଇପାରିବ ସେନେଇ ବୈଠକରେ ବିଶେଷ ଗୁରୁତ୍ୱ ଦିଆଯାଇଛି। 

ତେବେ ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ, ନେତ୍ରତ୍ସୋବ ଓ ରଥଯାତ୍ରା ପାଇଁ ଅନେକ ଗୁଡ଼ିଏ ନୀତି କାନ୍ତି ଥିବାରୁ ଭକ୍ତ ମାନେ ନବଯୌବନ ଦର୍ଶନରୁ ବଂଚିତ ହେବେ। ତେବେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ଓ ସୁବିଧାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.