ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା : ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ

Published By : Rasmita Pradhan | March 14, 2025 8:02 AM

ଭୁବନେଶ୍ଵର, ୧୪/୦୩ : ଆଜି ପବିତ୍ର ଦୋଳପୂର୍ଣ୍ଣିମା।‌ ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହେବ। ସେହିପରି ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୂଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶ୍ଵାସ ରହିଛି। କାରଣ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପ୍ରମୁଖ ଯାତ୍ରା ହେଉଛି ଦୋଳଯାତ୍ରା ବା ଦୋଳପୂର୍ଣ୍ଣିମା। ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। 

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ଟାରେ ଦ୍ୱାର ଫିଟା, ୪ ଟାରେ ମଙ୍ଗଳ ଆଳତୀ ପରେ ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇଁ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢ଼ା ସାତଥର ପ୍ରଦକ୍ଷଣ କରିବେ। ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନି ସହ ଫଗୁ, ଅବିର ଖେଳ ମଧ୍ୟରେ ଠାକୁରଙ୍କ ବିମାନ ଦୋଳବେଦୀକୁ ବିଜେ କରି ଦୋଳବେଦୀ ତଳେ ଓ ଉପରେ ସାତଘେରା ଲେଖାଏଁ ପ୍ରଦକ୍ଷଣ କରିବା ପରେ ଦୋଳରେ ବସି ଝୁଲିବେ। ଏହାପରେ ଦୋଳବେଦୀରେ ମହାପ୍ରଭୁଙ୍କର ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ। ତେବେ ଶୃଙ୍ଖଳିତ ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ବ ଦିଆଯାଇଛି। 

ଏହି ଖବରଟିକୁ ପଢନ୍ତୁ-ଦୋଳ, ହୋଲିରେ ନାକେଦମ କରିବ ଗରମ, ୧୭ ଯାଏ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ; ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.