ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ମୁମ୍ବାଇର ଏକ ସରକାରୀ କୋଠାରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୨ ଗିରଫ…

ନୂଆଦିଲ୍ଲୀ: ମହାରାଷ୍ଟ୍ରର ମୁମ୍ବାଇରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଛି । ଏହି ମାମଲାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏମାନଙ୍କୁ କୋର୍ଟଙ୍କ ନିର୍ଦ୍ଦେଶରେ ନଭେମ୍ବର ୨୦ ପର୍ଯ୍ୟନ୍ତ ପୋଲିସ ହେପାଜତକୁ ପଠାଯାଇଛି । ଖବର ଅନୁଯାୟୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରେ ଅବସ୍ଥିତ ଏକ ସରକାରୀ ଫ୍ଲାଟରେ ଜଣେ ୧୯ ବର୍ଷୀୟ କଲେଜ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିଲା । ପୀଡିତାଙ୍କ ଅଭିଯୋଗରେ ମୁମ୍ବାଇ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ଆଇପିସିର ଧାରା 376, 376 (ଡି) ଏବଂ 34 ଅନୁଯାୟୀ ପୋଲିସ ଏକ ମାମଲା ରୁଜୁ କରିଛି । ମୁମ୍ବାଇ ପୋଲିସ ଏହି ସୂଚନା ଦେଇଛି । 

ନଭେମ୍ବର ୧୫-୧୬ ରାତିରେ ଏହି ଘଟଣା ଘଟିଥିବା ପୋଲିସ କହିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଜଣେ ଅଭିଯୁକ୍ତ ଏବଂ ପୀଡିତା ପରସ୍ପରକୁ ଜାଣନ୍ତି ଏବଂ ସେମାନଙ୍କ ପିତା ମଧ୍ୟ ପରସ୍ପର ସହିତ ପରିଚିତ । ଘଟଣାର ରାତିରେ ଅଭିଯୁକ୍ତଙ୍କ ପରିବାର ସଦସ୍ୟ ବାହାରକୁ ଯାଇଥିଲେ । ଏହା ଉପରେ ଅଭିଯୁକ୍ତ ତାଙ୍କ ଅନ୍ୟ ଜଣେ ବନ୍ଧୁଙ୍କୁ ମଧ୍ୟ ତାଙ୍କ ଘରକୁ ଡାକିଥିଲେ । ଏହି ସମୟରେ ପୀଡିତା ଏଠାକୁ କିଛି ରୋଷେଇ ସାମଗ୍ରୀ ଆଣିବାକୁ ଆସିଥିଲେ । ଏହି ସମୟରେ ଉଭୟ ଅଭିଯୁକ୍ତ ପୀଡିତାଙ୍କୁ କିଛି ପିଇବାକୁ ଦେଇଥିଲେ । 

ପୀଡିତା କହିଛନ୍ତି ଯେ ଏହି ପାନୀୟ ପିଇବା ପରେ ସେ ଚେତାଶୂନ୍ୟ ହୋଇଯାଇଥିଲେ ଏବଂ ପରେ ଦୁହେଁ ତାଙ୍କୁ ବଳାତ୍କାର କରିଥିଲେ । ଚେତା ଫେରି ପାଇବା ପରେ ପୀଡିତା ତାଙ୍କ ଘନିଷ୍ଠ ବନ୍ଧୁମାନଙ୍କୁ ଜଣାଇଥିଲେ । ଏହା ପରେ ପୋଲିସ ନିକଟରେ ଅଭିଯୋଗ ହୋଇଥିଲା । ପୀଡିତାଙ୍କ ଅଭିଯୋଗ ଉପରେ ପୋଲିସ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.