ପ୍ରମୂଖ ଖବର
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଏକାଧିକ ଗାଡ଼ିକୁ ଧକ୍କା ଦେଲା ଅଟୋ, ୩ ମୃତ

Published By : Anindita Ratha | January 15, 2025 2:27 PM

ନୂଆଦିଲ୍ଲୀ,୧୫/୦୧: ମହାରାଷ୍ଟ୍ରରେ ଅଘଟଣ। ଏକାଧିକ ଗାଡ଼ିକୁ ଧକ୍କା ଦେଲା ଅଟୋ ରିକ୍ସା । ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି । ମହାରାଷ୍ଟ୍ରର ଥାନେ ଜିଲ୍ଲାର ଗୋଥେଗର ଗାଁର ଖାଡାୱାଲି ବ୍ରିଜ ନିକଟରେ ଏହି ଘଟଣା ହୋଇଥିବା ଜଣାପଡ଼ିଛି। ତେବେ ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ତେବେ ଆଜି ଭୋର ସମୟରେ ଖାଡାୱାଲି ବ୍ରିଜ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ବସ୍‌କୁ ଧକ୍କା ଦେଇଥିଲା । ଏହାପରେ ଦୁଇଟି କାର ଏବଂ ବିପରୀତ ଦିଗରୁ ଆସୁଥିବା ଟେମ୍ପୋ ସହିତ ମୁହାଁମୁହିଁ ହୋଇଥିଲେ ବୋଲି ଶାହାପୁର ପୋଲିସ ଷ୍ଟେସନର ଜଣେ ଅଧିକାରୀ ପିଟିଆଇକୁ କହିଛନ୍ତି। ସେ କହିଛନ୍ତି ଯେ ବସ୍‌ରେ ଯାତ୍ରା କରୁଥିବା ତିନି ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅଟୋ ରିକ୍ସା ଡ୍ରାଇଭର ସମେତ ୧୫ ଜଣ ଆହତ ହୋଇଥିଲେ। ବସ୍‌ଟି ନାଶିକରୁ ମୁମ୍ବାଇ ଯାଉଥିବା ଜଣାପଡ଼ିଛି। ସେପଟେ ଏନେଇ ସୂଚନା ପାଇବା ପରେ ସ୍ଥାନୀୟ ପୋଲିସ ଏବଂ  ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଶାହପୁର ଡାକ୍ତରଖାନାରେ ଭର୍ତ୍ତି କରାଇଛି। ପ୍ରକାଶ ଥାଉକି, ସେହିପରି ରବିବାର ମହାରାଷ୍ଟ୍ରର ନାଶିକ୍ ଜିଲ୍ଲାର ଦ୍ୱାରକା ସର୍କଲରେ ଏକ ଟେମ୍ପୋ ଏବଂ ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ୮ଜଣ ପ୍ରାଣ ହରାଇଥିଲେ। ଏହି ଦୁର୍ଘଟଣାରେ ଅନେକ ଲୋକ ମଧ୍ୟ ଆହତ ହୋଇଛନ୍ତି। ଟେମ୍ପୋରେ ୧୬ ଜଣ ଯାତ୍ରୀ ଥିଲେ। ସେ ଏକ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଫେରୁଥିବା ବେଳେ ଏହି ଘଟଣା ଘଟିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.