ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ

Published By : Harapriya Sethi | October 10, 2024 10:00 AM

ଭୁବନେଶ୍ୱର,୧୦/୧୦: ଦୁର୍ଗତିନାଶିନୀ ମା' ଦୁର୍ଗାଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠିଛି ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ । ବୁଧବାର ବିଲ୍ୱ ବରଣ ପରେ ଗୁରୁବାର ପୂଜା ମଣ୍ଡପରେ ମହାମାୟୀଙ୍କ ଚକ୍ଷୁଦାନ ପର୍ବ ରହିଛି । ମା'ଙ୍କୁ ଚକ୍ଷୁଦାନ କରାଯାଇ ସମସ୍ତ ରୀତିନୀତି ସହ ପୂଜା କରାଯିବ । ତେବେ ଗୁରୁବାର ପୂଜା ମଣ୍ଡପରେ ମାଆଙ୍କର ମହାସପ୍ତମୀ ପୂଜା କରାଯିବ । 

ଗୁରୁବାର ବିଭିନ୍ନ ଶକ୍ତିପୀଠରେ ମହାଷ୍ଟମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାମପ୍ତମୀ ପୂଜା ରହିଛି । ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ ରହିଛି । ପୂଜା ପାଇଁ ଭୁବନେଶ୍ୱର, କଟକ ସମତେ ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ କରାଯାଇଛି । କଟକର ବିଭିନ୍ନ ପୂଜା ମଣ୍ଡପରେ ସୁନା, ଚାନ୍ଦି ମେଢରେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ସଜ୍ଜିତ ହୋଇଥିବାର ଦେଖିବାକୁ ମିଳିଛି। ଭକ୍ତ ଅତ୍ୟନ୍ତ ଉତ୍ସାହର ସହ ମାଆଙ୍କର ଦର୍ଶନ କରିବାକୁ ଚାହିଁ ରହିଛନ୍ତି । 

ରାଜଧାନୀରେ ବିଭିନ୍ନ ପୂଜା ମଣ୍ଡପରେ ସୁଉଚ୍ଚ ତୋରଣ କରାଯାଇଛି । ଏହା ସାଙ୍ଗକୁ ସମସ୍ତ ସ୍ଥାନ ଆଲୋକମାଳାରେ ଝଲସୁଛି । ନୟାପଲ୍ଲୀ, ସହିଦନଗର, ବମିଖାଲ, ଝାରପଡା, ରସୁଲଗଡ, ବରମୁଣ୍ଡା, ଷ୍ଟେସନବଜାର ଆଦି ପ୍ରମୁଖ ମଣ୍ଡପରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କିପରି ସୁରୁଖୁରୁରେ ପୂଜା ସମାପନ ହେବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.