ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଜାତୀୟ ସ୍ତରରେ ପାଳନ ହେବ ମହତାବ ଜୟନ୍ତୀ

Published By : Rasmita Pradhan | November 6, 2024 10:47 AM

ଭୁବନେଶ୍ୱର, ୦୬/୧୧ : ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କୁ ଉପଯୁକ୍ତ ସମ୍ମାନ ଦେବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି । ତାଙ୍କ ୧୨୫ତମ ଜୟନ୍ତୀକୁ ଜାତୀୟ ସ୍ତରରେ ପାଳନ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ସୂଚନା ଦେଇଛନ୍ତି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ଏହି କିମ୍ବଦନ୍ତୀ ରାଷ୍ଟ୍ରବାଦୀ ନେତାଙ୍କ ପ୍ରତି ଏହା ଏକ ମହାନ ଶ୍ରଦ୍ଧାଞ୍ଜଳି ଓ ଓଡ଼ିଆ ଅସ୍ମିତାର ପ୍ରମାଣ । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍‌ ଶାହ ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି । ଓଡ଼ିଶା ସରକାର ମହତାବଙ୍କ ଜୟନ୍ତୀକୁ ବର୍ଷବ୍ୟାପୀ ପାଳନ କରିବା ପାଇଁ ନିଷ୍ପତ୍ତି ନେବାର ୩ ଦିନ ପରେ କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ଆସିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.