ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା : ମୁଖ୍ୟ ଅଭିଯୁକ୍ତ ଗିରଫ

Published By : Suraj Kumar | January 21, 2025 4:38 PM

କଟକ, ୨୧।୧୦ :  ମଧୁପାଟଣା ଅଞ୍ଚଳରୁ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ  ମଧୁପାଟଣା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ  ଜଣକ ହେଲେ କୋଲକତା ଅଞ୍ଚଳର ଗୋପୀ। ମଧୁପାଟଣା ଥାନା ପୋଲିସ ଗୋପୀକୁ ଭୁବନେଶ୍ୱରରୁ ଗିରଫ କରିଛି। ଏହି ଘଟଣାରେ  ଗିରଫ ଅଭିଯୁକ୍ତଙ୍କ  ସଂଖ୍ୟା ୪ରେ ପହଞ୍ଚିଛି। ପୂର୍ବରୁ ତିନି ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ।  ଗୋପୀ ଠାରୁ ଅନେକ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ହାସଲ କରିଛି ପୋଲିସ। ତେବେ ଏହି ଘଟଣାରେ ଆଉ କାହାର ସଂପୃକ୍ତି ଅଛି ସେ ନେଇ ତଦନ୍ତ କରୁଛି କମିଶନରେଟ ପୋଲିସ।

ନଭେମ୍ୱର  ୧୦ ତାରିଖରେ  କଟକ ମଧୁପଟଣା ଥାନା ଅଞ୍ଚଳରୁ ଜଣେ ବାଙ୍ଗଲାଦେଶୀ ନାବାଳିକାଙ୍କୁ ଉଦ୍ଧାର କରିଥିଲା ପୋଲିସ। ନାବାଳିକା ଜଣଙ୍କ ଗତ ଅଗଷ୍ଟ ମାସରୁ କୋଲକତା ଆସିବା ପରେ ସେଠାରେ ଖୁବ୍ କମ୍ ଦିନ ରହିଥିଲେ। ଏହାପରେ ଭୁବନେଶ୍ଵର ଆସିଥିଲେ। ଶେଷରେ ନାବାଳିକାକୁ କଟକ ଅଣାଯାଇଥିଲା।  ପୀଡ଼ିତାଙ୍କ ଅବସ୍ଥା ଏବଂ ତାଙ୍କ ବୟାନକୁ ଆଧାର କରି ପୋଲିସ ତନାଘନା ଆରମ୍ଭ କରିଥିଲା । ଏହି ମାମଲାରେ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଥିବା ପୋଲିସ ଜାଣିବାକୁ ପାଇଥିଲା।  ଏହି ରାକେଟ୍‌ରେ ଯେଉଁମାନେ ସଂପୃକ୍ତ ଅଛନ୍ତି ସେମାନଙ୍କୁ ଧରିବା ପାଇଁ ପୋଲିସ ଏକ ସ୍ଵତନ୍ତ୍ର ଟିମ୍ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା । ବାଂଲାଦେଶୀ ନାବାଳିକା ଚାଲାଣରେ  ମୁଖ୍ୟ ଅଭିଯୁକ୍ତ ଗୋପୀ ବୋଲି ପ୍ରାଥମିକ ତଦନ୍ତରୁ ପୋଲିସ ସୁରକା ପାଇଥିଲା। ପରବର୍ତ୍ତି ସମୟରେ ଏକ ଦମ୍ପତି ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.