ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଝାଡଖଣ୍ଡ ହଜାରିବାଗର ଏକ ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ, ନିଆଁରେ ଜଳିଗଲେ ୭ ଶ୍ରମିକ, ୪ ଜଣଙ୍କ ଅବସ୍ଥା ଗୁରୁତର...

ନୂଆଦିଲ୍ଲୀ: ଝାଡଖଣ୍ଡର ହଜାରିବାଗରୁ ଏକ ସମ୍ବେଦଶୀଳ ଘଟଣା ଏବେ ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ, ଜିଲ୍ଲାର ବାରହି ଅଞ୍ଚଳରେ ଅବସ୍ଥିତ ପବନପୁତ୍ର ଷ୍ଟିଲ ଏବଂ ଆଲୋଇ ପ୍ଲାଣ୍ଟରେ ବିସ୍ଫୋରଣ ହେତୁ ୭ ଜଣ ଶ୍ରମିକ ଗୁରୁତର ଭାବେ ପୋଡି ଯାଇଛନ୍ତି । ଏହି ଇସ୍ପାତ କାରଖାନା ଏଠାରେ ମାତ୍ର ୨ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା | କୁହାଯାଉଛି ଯେ ଏହି ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ଶ୍ରମିକ ମାନେ ଏହା ଦ୍ୱାରା ନିଜକୁ ରକ୍ଷା କରିପାରି ନଥିଲେ । ଚାରିଜଣ ଗୁରୁତର ଆହତ ଶ୍ରମିକଙ୍କୁ ଚିକିତ୍ସା ପାଇଁ ହଜାରିବାଗ ସ୍ଥିତ ଆରୋଗ୍ୟମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ମଧ୍ୟାହ୍ନ ପ୍ରାୟ ୧୨ ଟା ସମୟରେ ପ୍ଲାଣ୍ଟରେ ଏହି ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ସେଠାରେ କାର୍ଯ୍ୟ କରୁଥିବା ଶ୍ରମିକ ମାନେ ବହୁ ଦୂରକୁ ଛିଟିକି ପଡିଥିଲେ । ଆହତ ଶ୍ରମିକଙ୍କ ମଧ୍ୟରୁ ଚାରି ଜଣଙ୍କୁ ଶରୀରର ୮୦ ରୁ ୯୦ ଭାଗ ପୋଡିଯାଇଛି । ସେମାନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନେ କହିଛନ୍ତି ଯେ, ଏହି ଶ୍ରମିକ ମାନଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ରହିଛି । ଏଥି ସହିତ ଏହି ଦୁର୍ଘଟଣାରେ ଆହତ ହୋଇଥିବା ଅନ୍ୟ ତିନିଜଣ ଶ୍ରମିକଙ୍କ ବିଷୟରେ କୌଣସି ସୂଚନା ମିଳିପାରିନାହିଁ । 

ପ୍ଲାଣ୍ଟରେ ହୋଇଥିବା ବିସ୍ଫୋରଣ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଏବଂ ପ୍ରଶାସନିକ ଅଧିକାରୀ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଝାଡ଼ଖଣ୍ଡର ସ୍ୱାସ୍ଥ୍ୟମନ୍ତ୍ରୀ ବନ୍ନା ଗୁପ୍ତା ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.