ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଟ୍ରାକ୍ଟର, ୧୩ ମୃତ

ରାଜଗଢ, ୦୩/୦୬ : ମଧ୍ୟପ୍ରଦେଶର ରାଜଗଢ ଜିଲ୍ଲା ପିପଲଦି ଛକରେ ରବିବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଟ୍ରାକ୍ଟର। ଗାଡି ତଳେ ଚାପି ହୋଇ ୩ ଶିଶୁ, ୩ ମହିଲାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଏକାଧିକ ଆହତ ହୋଇଛନ୍ତି। ସମସ୍ତ ଅହତଙ୍କୁ ଉଦ୍ଧାର କରି ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଜିଲ୍ଲାପାଳ ଏବଂ ଏସ୍ପି ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। 

ସୂଚନାନୁଯାୟୀ, ରାଜସ୍ଥାନର ମୋତିପୁରା ଗ୍ରାମରୁ ଏକ ଟ୍ରାକ୍ଟର ଯୋଗେ କିଛି ବରଯାତ୍ରୀ ରାଜଗଢ ଜିଲ୍ଲା କୁଲାମପୁରା ଗ୍ରାମକୁ ଆସୁଥିଲେ। ରବିବାର ରାତି ପ୍ରାୟ ୮ରୁ ୯ଟା ବେଳେ ଟ୍ରାକ୍ଟରଟି ରାଜଗଢ ଜିଲ୍ଲା ପିପଲଦି ଛକରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଗାଡି ତଳେ ଚାପି ହୋଇ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏକାଧିକ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ସମସ୍ତଙ୍କୁ ଉଦ୍ଧାର କରିଛି। ତେବେ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇପାରେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.