ପ୍ରମୂଖ ଖବର
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

ରାଜ୍ୟସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ମାଲକାନଗିରି ଜିଲ୍ଲାକୁ ମିଳିଲା ୪ଟି ସ୍ଵର୍ଣ୍ଣ ପଦକ

Published By : Gurupada Nath | July 30, 2025 7:57 PM

ମାଲକାନଗିରି,୩୦/୭ : ଭୁବନେଶ୍ୱର ସ୍ଥିତ ଲୋକସଭା ଭବନରେ ଯୋଜନା ଓ ସଂଯୋଜନା ବିଭାଗ ଓ ନୀତି ଆୟୋଗର ମିଳିତ ଆନୁକୁଲ୍ୟରେ ଆୟୋଜିତ ସଂପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ମାଲକାନଗିରି ଜିଲ୍ଲାକୁ ୪ଟି ସ୍ଵର୍ଣ୍ଣ ପଦକ ମିଳିଛି । ନୀତି ଆୟୋଗ ଅଧୀନରେ ଆକାଂକ୍ଷୀ ଜିଲ୍ଲା ଓ ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମରେ ୬ଟି ବର୍ଗରେ ଜିଲ୍ଲାକୁ ସ୍ୱର୍ଣ୍ଣ ପଦକ ମିଳିଛି।  

ମାଲକାନଗିରିକୁ  ଜିଲ୍ଲାସ୍ତରରେ ଗୋଟିଏ ସ୍ୱର୍ଣ୍ଣ ଓ ଆକାଂକ୍ଷୀ ବ୍ଲକ୍ ଭାବେ ଚିତ୍ରକୋଣ୍ଡା, ଖଇରପୁଟ ଓ ମାଥିଲି ବ୍ଲକକୁ ୩ଟି ସ୍ୱର୍ଣ୍ଣ ପଦକ ମିଳିଛି । ସମଗ୍ର ଦେଶରେ ସମ୍ପୂର୍ଣ୍ଣତା ଅଭିଯାନ କାର୍ଯ୍ୟକ୍ରମ ଅଧୀନରେ ଏହିଭଳି ବିରଳ କୃତିତ୍ୱ ହାସଲ କରିବାରେ ମାଲକାନଗିରି ଏକମାତ୍ର ଜିଲ୍ଲା ଅଟେ। ଆକାଂକ୍ଷୀ ଜିଲ୍ଲା ଅଧୀନରେ ଗର୍ଭବତୀ ମା’ମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ୯ରୁ ୧୧ବର୍ଷର ଶିଶୁଙ୍କ ଟୀକାକରଣ,ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ, ମାଧ୍ୟମିକ ବିଦ୍ୟାଳୟରେ ଶତ ପ୍ରତିଶତ ବିଦ୍ୟୁତ୍ ସଂଯୋଗୀକରଣ ଓ ବିଦ୍ୟାଳୟରେ ଶତ ପ୍ରତିଶତ ପାଠ୍ୟ ପୁସ୍ତକ ବଣ୍ଟନରେ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯାଇଛି ।

ସେହିପରି ଆକାଂକ୍ଷୀ ବ୍ଲକ୍ ଅଧୀନରେ ଗର୍ଭବତୀ ମା’ମାନଙ୍କର ପ୍ରଥମ ଟୀକାକରଣ ପଞ୍ଜୀକରଣ, ମଧୁମେହ ରୋଗୀ ଚିହ୍ନଟ, ଯକ୍ଷ୍ମା ରୋଗୀ ଚିହ୍ନଟ ପ୍ରକ୍ରିୟା, ସମ୍ପୂର୍ଣ୍ଣତା ପୋଷଣ ଅଭିଯାନ, ମୃତ୍ତିକା ସ୍ବାସ୍ଥ୍ୟ କାର୍ଡ଼ ଓ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ପୂର୍ଣ୍ଣ ଚଳନ ରାଶି ପ୍ରଦାନରେ ସ୍ଵର୍ଣ୍ଣ ପଦକ ପ୍ରଦାନ କରାଯାଇଛି । ପୂର୍ବତନ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ସମୟର ଜିଲ୍ଲାପାଳ ସଚିନ୍ ପାୱାରଙ୍କୁ ଏଥିଲାଗି ମାନପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ପୂର୍ବତନ ଜିଲ୍ଲାପାଳ ଶ୍ରୀ ପାଟିଲ କହିଛନ୍ତି ଯେ, ଏହି ସଫଳତା ସମଗ୍ର ଜିଲ୍ଲାର । ସମସ୍ତଙ୍କ ମିଳିତ ପ୍ରୟାସରେ ଆଜି ଏତେ ବଡ଼ ସଫଳତା ଆମେ ହାସଲ କରି ପାରିଛୁ ବୋଲି ସେ କହିଛନ୍ତି ।

ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଜିଲ୍ଲା ପକ୍ଷରୁ ସ୍ୱର୍ଣ୍ଣ ପଦକ ଗ୍ରହଣ କରିଛନ୍ତି । ଅନୁରୂପ ଭାବେ ଚିତ୍ରକୋଣ୍ଡା ବିଡିଓ ପ୍ରୀତା କୁମାରୀ, ଖଇରପୁଟ ବିଡିଓ ଉମା ଶଙ୍କର କୋୟା, ମାଥିଲି ବିଡିଓ ପ୍ରମୋଦ ବେହେରା ବ୍ଲକ୍ ପାଇଁ ସ୍ବର୍ଣ୍ଣ ପଦକ ଗ୍ରହଣ କରିଛନ୍ତି । ସୂଚନା ଥାଉ କି ଜିଲ୍ଲା ପାଇଁ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ୍ କାର୍ଯ୍ୟକ୍ରମର ନୋଲେଜ୍ ପାଟନର୍ ରହିଛି ପିରାମଲ୍ ଫାଉଣ୍ଡେସନ । ଜିଲ୍ଲାରେ ନୋଡାଲ ବିଭାଗ ହେଉଛି ଡିପିଏମ୍ୟୁ । ଏହି ଅବସରରେ ଡିପିଏମ୍ୟୁ ଡି ଡି ଗୋଲକ ଚନ୍ଦ୍ର ଦଳେଇ ଓ ପିରାମଲ୍ ଫାଉଣ୍ଡେସନର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ରାଜା ରାମ ମଲ୍ଲିକ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.