ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ପୁଣି ଖେଳ ବିଗାଡ଼ିଲେ ମମତା ଦିଦି ! ଆଳୁ ରପ୍ତାନୀ ଉପରେ ଲଗାଇଲେ ରୋକ୍, ସୀମାରେ ଅଟକିଛି ଶତାଧିକ ଟ୍ରକ୍

Published By : Rasmita Pradhan | November 28, 2024 10:20 AM

ଜଳେଶ୍ଵର, ୨୮/୧୧ : ପୁଣି ବଢିପାରେ ଆଳୁ ଦର। ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ବୁଧବାର ରାତିରୁ ଅଟକି ରହିଛି ଶତାଧିକ ଆଳୁ ବୋଝେଇ ଟ୍ରକ୍। ଜଗିଛନ୍ତି ପଶ୍ଚିମବଙ୍ଗ ପୋଲିସ। ପଶ୍ଚିମବଙ୍ଗରେ ଆଳୁ ଦର ବଢିଥିବାରୁ ଦର ନିୟନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଟକଣା ଲଗାଇଥିବା ଆଶଙ୍କା। ସେପଟେ ଆଳୁ ଦର ବଢିବା ନେଇ ଉଦବେଗ ପ୍ରକାଶ କରିଛି ବ୍ୟବସାୟୀ ମହାସଙ୍ଘ।

ସୂଚନାନୁଯାୟୀ, ବୁଧବାର ରାତିରୁ ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଶତାଧିକ ଆଳୁ ବୋଝେଇ ଟ୍ରକ୍ ଅଟକି ରହିଛି। ପଶ୍ଚିମ ମେଦିନୀପୁର ଜିଲ୍ଲାର ସମସ୍ତ ନାକା ଯାଂଚ୍ କରାଯାଉଛି। ଆନ୍ତଃରାଜ୍ୟ ସୀମା ଦେଇ ଅନ୍ୟ ରାଜ୍ୟକୁ ଆଳୁ ରପ୍ତାନି ବନ୍ଦ କରାଯାଇଛି। ପଶ୍ଚିମବଙ୍ଗ ବଜାରରେ ଆଳୁର ଦର ୩୫ ରୁ ୪୦ ଟଙ୍କା ଥିବାରୁ ବଜାରର ଦର ନିୟନ୍ତ୍ରଣ ପାଇଁ ଆଳୁ ରପ୍ତାନି ଉପରେ ମମତା ବାନାର୍ଜୀ ରୋକ ଲଗାଇଛନ୍ତି। 

ପ୍ରକାଶ ଥାଉକି, ଗତକାଲି ମମତା ବାନାର୍ଜୀ ରାଜ୍ୟରେ ଆଳୁ ପିଆଜ ଦର ନେଇ ନବାନ୍ନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଡାକିଥିଲେ। ଆଳୁ ପିଆଜ ଦର ବୃଦ୍ଧି ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଚେତାବନୀ ଦେଇଥିଲେ। ଏହାପରେ ବଙ୍ଗ ପ୍ରଶାସନ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଉଛି। ସେପଟେ ସୀମାରେ ଆଳୁ ଗାଡି ଅଟକିବା ପରେ ବ୍ୟବସାୟୀ ମହାସଙ୍ଘ ପକ୍ଷରୁ ଗଭୀର ଉଦବେଗ ପ୍ରକାଶ ପାଇଛି। ଶୀତଳଭଣ୍ଡାରରୁ ଆଳୁ ଷ୍ଟକ୍ ସରି ଆସୁଥିବାରୁ ସରକାର ଏହାକୁ ଗୁରୁତର ସହ ନେବାକୁ ଓଡ଼ିଶା ବ୍ୟବସାୟୀ ମହାସଙ୍ଘ ସାଧାରଣ ସମ୍ପାଦକ କହିଛନ୍ତି।   


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.