ଚମ୍ପୁଆ ୧୯/୯: ଚମ୍ପୁଆ ଥାନା ଅନ୍ତର୍ଗତ ପର୍ଶଳା ଗ୍ରାମରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକ ପ୍ରାଣ ହରାଇଥିବା ଜଣାପଡ଼ିଛି । ମୃତ ଯୁବକଙ୍କ ନାମ ମୃତ୍ୟୁଞ୍ଜୟ ଗିରି । ମିଳିଥିବା ସୂଚନା ଅନୁସାରେ ଆଜି ସନ୍ଧ୍ୟା ପ୍ରାୟ ୬ ଘଟିକା ସମୟରେ ଗ୍ରାମରେ ଗଣେଶ ପୂଜା ମଣ୍ଡପରେ ମୃତୁଞ୍ଜୟଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟକୁ ଅଣା ଯାଇଥିଲା। ହେଲେ ସେତେବେଳକୁ ତାଙ୍କର ମୃତ୍ୟୁ ଘଟିସାରିଥିଲା। ଖବର ପାଇ ଚମ୍ପୁଆ ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ତାଙ୍କ ପିତା ମାତାଙ୍କ ଏକ ମାତ୍ର ପୁତ୍ର ଥିଲେ। ତାଙ୍କ ମୃତ୍ୟୁରେ ପର୍ଶଳା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ଅବକାରୀ ଚଢାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ