ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ମହାନଦୀରେ ଗାଧୋଇବା ହେଲା କାଳ; ପାଣିରେ ବୁଡ଼ି ଜଣେ ମୃତ

Published By : Anindita Ratha | August 1, 2025 2:26 PM

ହରଭଙ୍ଗା ,୦୧/୦୮: ମହାନଦୀରେ ଗାଧୋଇବା ବେଳେ ଭାସିଗଲେ ଯୁବକ । ବହୁ ଖୋଜାଖୋଜି କରିବା ପରେ ଗ୍ରାମବାସୀ ମୃତଦେହ ଉଦ୍ଧାର କରିଛନ୍ତି । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ହରଭଙ୍ଗା ଗାଁର ବଜେନ୍ଦ୍ର ବାଘ। 

ସୂଚନା ଅନୁଯାୟୀ, ହରଭଙ୍ଗା ଗ୍ରାମର ବଜେନ୍ଦ୍ର ବାଘ ମହାନଦୀକୁ ଗାଧୋଇ ଯାଇଥିଲେ । ମହାନଦୀରେ ଜଳସ୍ତର ବୃଦ୍ଧି ପାଇଥିବାରୁ ବଜେନ୍ଦ୍ରଙ୍କ ଗୋଡ଼ ଖସି ଯାଇଥିଲା ଫଳରେ ସେ ସ୍ରୋତରେ ଭାସି ଯାଇଥିଲେ । ସେଠାରେ ଥିବା କିଛି ଲୋକେ ତାଙ୍କୁ ଉଦ୍ଧାର କରି ପରିବାରକୁ ସୂଚନା ଦେଇଥିଲେ । ବଜେନ୍ଦ୍ର ବଡ଼ ଭାଇ ରବୀନ୍ଦ୍ର ବାଘ ସେଠାରେ ପହଞ୍ଚି ହରଭଙ୍ଗା ଥାନାକୁ ଜଣାଇଥିଲେ । ଥାନା ଅଧିକାରୀ ନଳିନୀ କାନ୍ତ ଦାସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.