ପ୍ରମୂଖ ଖବର
  • Myntra ବିରୋଧରେ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଫେମା ଆଇନ୍ ଉଲ୍ଲଂଘନ ଅଭିଯୋଗ
  • ||
  • ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ୨ ବାଟାଲିଅନ ଗଠନକୁ ମଞ୍ଜୁରି, ୨୦୮୦ ନୂତନ ପଦବୀ ସୃଷ୍ଟି
  • ||
  • କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ, ICC ରିପୋର୍ଟ ନଦେଲେ ହେବ କାର୍ଯ୍ୟାନୁଷ୍ଠାନ
  • ||
  • ରକ୍ଷାବନ୍ଧନରେ ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବାଦ୍‌ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ
  • ||
  • ବଲାଙ୍ଗୀର : ମଦଭାଟିରେ ପହଲବାନଙ୍କୁ ହତ୍ୟା ଅଭିଯୋଗ, ତଦନ୍ତ କରୁଛି ପୁଲିସ
  • ||
  • ଗୁରୁବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଗ୍ୱାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୪ ମୃତ, ୬ ଆହତ
  • ||
  • ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ଜାରି, ଆକାଶପଥକୁ କଡ଼ାକଡ଼ି କଲେ ଦୁଇଦେଶ
  • ||
  • ଗୁରୁବାର ସୃଷ୍ଟି ହେବ ଲଘୁଚାପ : ୨୮ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଆଜିଠୁ ଚତୁର୍ଥ ଟେଷ୍ଟ : ଓଲ୍ଡ ଟ୍ରାଫୋର୍ଡରେ ଭାରତ ପାଇଁ 'କର ବା ମର', ସିରିଜ ବିଜୟ ଲକ୍ଷ୍ୟରେ ଇଂଲଣ୍ଡ
  • ||
  • ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||

ଟ୍ରକ୍ ଧକ୍କାରେ ସାଇକେଲ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ପରିବାରର ଲୋକଙ୍କ ରାସ୍ତାରୋକ

Published By : Anindita Ratha | July 23, 2025 12:33 PM

ବଲାଙ୍ଗୀର,୨୩/୦୭: ଟ୍ରକ୍ ଧକ୍କାରେ ସାଇକେଲ ଆରୋହୀ ମୃତ। କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ପରିବାର ଲୋକେ । ତେବେ ବଲାଙ୍ଗୀର ଜିଲ୍ଲା ପୁଇଁତଲା ବ୍ଲକ ଛକ ନିକଟରେ ଏହି ଦୁର୍ଘଟଣା ହୋଇଛି। ମୃତ ବ୍ୟକ୍ତି ଜଣକ  ସର୍ବେଶ୍ବର ମୁଗ୍ରୀ ବୋଲି ଜଣାପଡ଼ିଛି। 

ସୂଚନା ମୁତାବକ,  ପୁଇଁତଲା ବ୍ଲକ ଛକ ଦେଇ ସର୍ବେଶ୍ବର ମୁଗ୍ରୀ ସାଇକେଲରେ ଯାଉଥିଲେ। ସେହି ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ଏନେଇ ମୃତକଙ୍କ ପରିବାର ଓ ସଂର୍ପକୀୟ ଟାୟାର ଜାଳି ବଲାଙ୍ଗୀର - ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥରେ ରାସ୍ତାରୋକ କରିଥିଲେ। ଏନେଇ ପୁଇଁତଲା ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି। ସେପଟେ ରସ୍ତାରୋକ ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ବରେ ଅନେକ ଯାନବାହାନ ଅଟକି ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.