ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ରେଳ ଲାଇନରେ କଟି ଚାଲିଗଲା ଯୁବକଙ୍କ ଜୀବନ, ପରିଚୟ ଅସ୍ପଷ୍ଟ

Published By : Harapriya Sethi | November 24, 2024 12:09 PM

କେନ୍ଦ୍ରାପଡ଼ା,୨୪/୧୧: ହରିଦାସପୁର ପାରାଦୀପ ରେଳ ଲାଇନରେ କଟି ଯୁବକଙ୍କ ମୃତ୍ୟୁ । ଗୁଆଳସିଂ ଲ କଲେଜ ପାଖରେ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ିଛି ମୃତଦେହ । ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ସେ ଦୁର୍ଘଟଣାର ଶିକାର ହୋଇଛନ୍ତି ନା ଆତ୍ମହତ୍ୟା କରିଛନ୍ତି, ତାହା ସ୍ପଷ୍ଟ ଜଣା ପଡ଼ି ନାହିଁ । କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗୁଆଳସିଂ ଲ କଲେଜ ପାଖରେ ଥିବା ରେଳ ଲାଇନରେ ଏଭଳି ଘଟଣା ଘଟିଛି । 

ସୂଚଚନା ମୁତାବକ, ରବିବାର ସକାଳେ ହରିଦାସପୁର ପାରାଦୀପ ରେଳ ଲାଇନରେ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ କେନ୍ଦ୍ରାପଡା ସଦର ଥାନା ପୋଲିସ ପହଞ୍ଚି ଥିଲା। ସେଠାରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନା ଦୁର୍ଘଟଣାର ଶିକାର ହୋଇଛନ୍ତି, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ରହି ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.