ପ୍ରମୂଖ ଖବର
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, ଚାଲିଗଲା ବ୍ୟକ୍ତିଙ୍କ ଜୀବନ

Published By : Harapriya Sethi | January 11, 2025 10:46 AM

କେନ୍ଦୁଝର,୧୧/୦୧: ମୋଟର ସାଇକେଲ ଆରୋହୀଙ୍କ ଉପରେ ପଛପଟୁ ମାଡି ଗଲା ଟ୍ରକ୍‌ । ଘଟଣା ସ୍ଥଳରେ ମୋଟର ସାଇକେଲ ଆରୋହୀଙ୍କ ମୃତ୍ୟୁ । ମୃତକ ଢେଙ୍କାପୁର ଶାସନର ରାଜେଶ୍ ଦ୍ୱିବେଦୀ ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ଷଠିଘର ସାହି ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶନିବାର ସକାଳ ପ୍ରାୟ ୯ ଟା ସମୟରେ ରାଜେଶ୍ ଦ୍ୱିବେଦୀ ତାଙ୍କ ମୋଟର ସାଇକେଲରେ ୨୦ ନମ୍ବର ଜାତୀୟ ରାଜପଥ ଦେଇ ଯାଉଥିଲେ । ଏହି ସମୟରେ ଷଠିଘର ସାହି ନିକଟରେ ପଛ ପଟୁ ଏକ ଟ୍ରକ୍‌ ଆସି ତାଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.