ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ମନୀଷ ସିସୋଦିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କ ପାଇଁ ବଢିଲା ଅଡୁଆ, ଦୁର୍ନୀତି ମାମଲାରେ ହେବ କାର୍ଯ୍ୟାନୁଷ୍ଠାନ, ମଞ୍ଜୁରୀ ଦେଲା ଗୃହ ମନ୍ତ୍ରାଳୟ...

Published By : Ladu Kishor | March 13, 2025 6:55 PM

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ କ୍ଷମତା ହରାଇବା ପରେ, ଆମ ଆଦମୀ ପାର୍ଟିକୁ ଏବେ ଆଉ ଏକ ଝଟକା ଲାଗିଛି। ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆ ଏବଂ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସମସ୍ୟା ବଢ଼ିବାକୁ ଯାଉଛି। ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଦୁର୍ନୀତି ମାମଲାରେ ଉଭୟଙ୍କ ବିରୁଦ୍ଧରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଅନୁମୋଦନ ଦେଇଛନ୍ତି।

ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ମନୀଷ ସିସୋଦିଆଙ୍କ ବିରୋଧରେ ତଦନ୍ତ ପାଇଁ ଦିଲ୍ଲୀ ସରକାରଙ୍କ ସତର୍କତା ନିର୍ଦ୍ଦେଶାଳୟ ବିଭାଗ ଦ୍ୱାରା ଦୁର୍ନୀତି ନିବାରଣ ଆଇନ, 1988ର ଧାରା 17-A ଅନୁଯାୟୀ ଦଣ୍ଡବିଧାନ ଦାବି କରାଯାଇଥିଲା। ସେହିପରି ସତ୍ୟେନ୍ଦ୍ର ଜୈନଙ୍କ ବିରୁଦ୍ଧରେ ଅଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଅନୁମତି ଲୋଡା ଯାଇଥିଲା। ଏହି ମାମଲାରେ ଉଭୟଙ୍କ ବିରୁଦ୍ଧରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଅନୁମତି ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.