ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମନୀଷ ସିସୋଦିଆଙ୍କୁ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କଲେ କୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟୀର ନେତା ମନୀଷ ସିସୋଦିଆଙ୍କୁ କୋର୍ଟ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ସିସୋଦିଆଙ୍କ ପକ୍ଷରୁ ୧୨ ରୁ ୧୬ ଫେବୃଆରୀ ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ କରାଯାଇଥିଲା । ସିସୋଦିଆ ୟୁପିର ଲକ୍ଷ୍ନୌରେ ତାଙ୍କ ଝିଆରୀ ବିବାହ ଉତ୍ସବରେ ଯୋଗଦେବା ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ମାଗିଥିଲେ।

ଏହାପୂର୍ବରୁ, କୋର୍ଟ ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ସପ୍ତାହରେ ଥରେ ଭେଟିବା ପାଇଁ ସିସୋଦିଆଙ୍କୁ ଅନୁମତି ମଧ୍ୟ ଦେଇଥିଲେ । ଏହି ସମୟ ମଧ୍ୟରେ ଡାକ୍ତରମାନେ ମନୀଷ ସିସୋଡିଆଙ୍କୁ ମଧ୍ୟ ଭେଟି ପାରିବେ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ବଳବତ୍ତର ରହିବ । ଏହି ଅନୁମତି ମଧ୍ୟ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟରୁ ମଧ୍ୟ ମିଳିଥିଲା । ଆସନ୍ତା ଫେବୃଆରୀ ୨୨ ରେ ମନୀଷ ସିସୋଦିଆଙ୍କ ନିୟମିତ ଜାମିନ ଆବେଦନ ଉପରେ କୋର୍ଟ ଶୁଣାଣି କରିବେ । 

ଆମ୍ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ଅଭିଯୋଗ କରିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ତାଙ୍କ ଦଳକୁ ଭୟ କରୁଛି ଏବଂ ଏହାକୁ ବଦନାମ କରି ଏହାକୁ ନଷ୍ଟ କରିବାକୁ ଚାହୁଁଛି । 

 

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.