ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ବାଇକ୍ ଦୁର୍ଘଟଣାରେ ମୁଖ୍ୟ ସାକ୍ଷୀ ମନୁ ଗୁୁରୁତର

Published By : Prameya | March 22, 2025 2:36 PM

ଝାରସୁଗୁଡା ୨୨/୦୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା। ସଡ଼କ ଦୁର୍ଘଟଣାରେ ମୁଖ୍ୟ ସାକ୍ଷୀ ମନୁ ପ୍ରସାଦ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ କେଉଁ ପରିସ୍ଥିତି ଦୁର୍ଘଟଣା ଘଟିଲା ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି।

ସୂଚନା ମୁତାବିକ, ବେଲପାହାଡ଼ ଥାନା ଅନ୍ତର୍ଗତ ବେଲପାହାଡ଼ ମ୍ୟୁନିସିପାଲଟି ନିକଟରେ ମନୁ ବାଇକରେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ପିକ୍‌ଅପ୍ ଗାଡ଼ି ଧକ୍କା ଦେଇଥିଲା । ଦୁର୍ଘଟଣାରେ ମନୁ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟଲୋକ ତାଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତରଣ କରାଯାଇଛି।ଅନ୍ୟପଟେ ଦୁର୍ଘଟଣାସ୍ଥଳରେ ପୋଲିସ ପହଞ୍ଚି ବାଇକ ଓ ପିକ୍‌ଅପ୍ ଗାଡ଼ି ଜବତ କରି ଥାନାକୁ ନେଇଥିବା ଜଣାପଡିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.