ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସିଆରପିଏଫ୍ କ୍ୟାମ୍ପ ଉପରେ ମାଓ ହମ୍‌ଲା, ଏକାଧିକ ଯବାନ ଆହତ

Published By : Rasmita Pradhan | December 6, 2024 12:56 PM

ମାଲକାନଗିରି, ୦୬/୧୨ : ସିଆରପିଏଫ୍ କ୍ୟାମ୍ପ ଉପରେ ମାଓ ହମ୍‌ଲା। ଛତିଶଗଡ ବିଜାପୁର ଜିଲ୍ଲାର ପାମେଡ ଥାନା ଅର୍ନ୍ତଗତ ଜେଡିପାଲି ଠାରେ ନୂତନ ଭାବେ ସ୍ଥାପନ ହୋଇଥିବା ସିଆରପିଏଫ୍ କ୍ୟାମ୍ପ ଉପରେ ମାଓବାଦୀମାନେ ଆକ୍ରମଣ କରିଛନ୍ତି। ଯବାନଙ୍କ ସାମ୍ନା କରିନପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। 

ସୂଚନାନୁଯାୟୀ, ଗୁରୁବାର ରାତିରେ ଶତାଧିକ ମାଓବାଦୀ ସିଆରପିଏଫ୍ କ୍ୟାମ୍ପ ନିକଟରେ ପହଞ୍ଚି ରକେଟ ବୋମା, ବିୟର ବୋତଲ ବୋମା, ଫିଙ୍ଗିବା ସହିତ ଆଖିବୁଜା ଗୁଳିମାଡ଼ କରିଥିଲେ। ସୁରକ୍ଷାବାହିନୀ ପକ୍ଷରୁ ଏହାର ପ୍ରତିଜବାବ ଦିଆଯାଇଥିଲା। ଯବାନଙ୍କ ଗୁଳି ବର୍ଷଣର ସାମ୍ନା କରି ନପାରି ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପୂର୍ବରୁ ମଧ୍ୟ ମାଓବାଦୀମାନେ ଏହି କ୍ୟାମ୍ପ ଉପରେ ହମ୍‌ଲା କରିଥିଲେ। ତେବେ ମାଓବାଦୀଙ୍କ ଗୁଳିମାଡ଼ରେ କିଛି ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇ ଚିକିତ୍ସା କରାଯାଉଛି। ଆହତ ଯବାନଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.