PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଇଡା ବ୍ଲକର ଫଟାଟାଙ୍ଗର ଆଶ୍ରମ ଛାତ୍ରୀ ନିବାସରେ ଖାଦ୍ୟ ଖାଇ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ
  • ||
  • ୫ମ ଟେଷ୍ଟ: ଜୋ ରୁଟ୍‌ ଏବଂ ଜନି ବୈୟାରିଷ୍ଟୋଙ୍କ ଶତକୀୟ ଇନିଂସ, ଭାରତକୁ ୭ ଓ୍ବିକେଟରେ ହରାଇ ସିରିଜ ବରାବର୍‌ କଲା ଇଂଲଣ୍ଡ
  • ||
  • ପୁଣି ରାଜଧାନୀରେ ଛାତ୍ରୀଙ୍କ ଆତ୍ମହତ୍ୟା, ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାର ନିକଟ ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା, ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ ସରକାରଙ୍କୁ ଘେରିଲେ ବିରୋଧୀ
  • ||
  • ପଟ୍ଟାମୁଣ୍ଡାଇ : ମୋବାଇଲ୍ ଗେମ୍ ହେଲା କାଳ, ଅନଲାଇନ୍ ଗେମ୍ ଖେଳି ୧୦ ହଜାର ଟଙ୍କା ହାରିଯିବାରୁ ଆତ୍ମହତ୍ୟା କଲେ ଯୁବକ
  • ||
  • ସମ୍ଵଲପୁର : ବାଇକ୍‌କୁ ଧକ୍କା ଦେଲା ଅଜଣା ଟ୍ରକ୍, ୨ ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର : ରାଜ୍ୟରେ ନିର୍ମାଣ ହେବ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯ କୋଟି ୩୬ ଲକ୍ଷ ମଞ୍ଜୁର
  • ||
  • କୋରାପୁଟ : ପୋଲିସ ପଞ୍ଝାରେ ଦୁଇ ନକଲି ମାଓବାଦୀ, ବ୍ୟବସାୟୀଙ୍କୁ ହତ୍ୟା ଧମକ ଦେଇ ମାଗୁଥିଲେ ୫ ଲକ୍ଷ
  • ||
  • ଝାରସୁଗୁଡା : ଜଙ୍ଗଲ ଭିତରୁ ବାପା ଓ ଝିଅ-ପୁଅଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଲମତାପୁଟ: କମାଣ୍ଡର ଜିପ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ପୁରୀ: ଆଜି ହେରାପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗି ରାଗ ଶୁଝାଇବେ ଅଭିମାନିନୀ ମା’ ଲକ୍ଷ୍ମୀ ସାଆନ୍ତାଣୀ
  • ||
  • ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ଲଘୁଚାପ ବଳୟ ସୃଷ୍ଟି, ୪ ଦିନ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||

ମାଓବାଦୀଙ୍କ ବର୍ବର କାଣ୍ଡ: ସୁପରଭାଇଜରଙ୍କୁ ଟାଙ୍ଗିଆରେ ହାଣି ହତ୍ଯାକଲେ, ହାଇୱା ଓ ଜେସିବି ଜାଳିଲେ

ମାଲକାନଗିରି ୧୨/୩: ନିର୍ବାଚନ ତାରିଖ ଘୋଷଣା ପରେ ପରେ ମାଲକାନଗିରି ଜିଲ୍ଲାରେ ମାଓ ହିଂସା ଦେଖିବାକୁ ମିଳିଛି । ଏକ  ଠିକା କମ୍ପାନୀର ସୁପରଭାଇଜରଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ମାଓବାଦୀ । କେବଳ ସେତିକି ନୁହେଁ ଠିକା କମ୍ପାନୀର ୬ କର୍ମଚାରୀଙ୍କୁ ନିସ୍ତୁକ ମାଡ ମାରିବା ସହ ଘଟଣାସ୍ଥଳରେ ଗୋଟିଏ ହାଇୱା ଟିପ୍ପର ଓ ଗୋଟିଏ ଜେସିବି ମଧ୍ୟ ଜାଳିଦେଇଛନ୍ତି  ।

ସାଲିନି ଥାନା ଅନ୍ତର୍ଗତ ତେମୁରୁପାଲି- କୁକୁରକୁଣ୍ଡ ଚାଲିଥିବା ରାସ୍ତା କାମକୁ ବିରୋଧ କରି ୩୦ରୁ ୪୦ ଜଣ ସଶସ୍ତ୍ର ନକ୍ସଲ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି । ଘଟଣାସ୍ଥଳରେ ପୋଷ୍ଟର ଛାଡିଛନ୍ତି ତରଭା ନକ୍ସଲ ଡିଭିଜନ । ପୋଷ୍ଟରରେ ଉଲ୍ଲେଖ ରହିଛିଯେ  ରାସ୍ତା ଆଦିବାସୀଙ୍କ ବିକାଶରେ ଲାଗିବା ପରିବର୍ତ୍ତେ ପୋଲିସ, ନକ୍ସଲ ଦମନରେ ଏହାକୁ ବ୍ୟବହାର କରିବ । ତେଣୁ ଏହାକୁ ବିରୋଧ କରାଯାଉଛି ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି ।