ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ଲାଲବାହିନୀ ଭୟଭୀତ : ଶାନ୍ତି ଆଲୋଚନା ପାଇଁ ଦେଲେ ପ୍ରସ୍ତାବ

Published By : Prameya | April 2, 2025 8:37 PM

ମାଲକାନଗିରି,୨।୪ : ଛତିଶଗଡକୁ ମାଓ ମୁକ୍ତ କରିବା ଲାଗି ୩୧ ମାର୍ଚ୍ଚ ୨୦୨୬ ତାରିଖ ଧାର୍ଯ୍ୟ କରାଯାଇଛି। ସୁକୁମା ବିଜାପୁର ଓ ଦନ୍ତେୱାଡା ଜିଲ୍ଲାରେ ଆରମ୍ଭ ହୋଇଛି ଜୋରଦାର ମାଓ ବିରୋଧୀ ଅପରେସନ । ଭୟଭୀତ ହୋଇ ପଡିଛନ୍ତି ଲାଲ ବାହିନୀ । ଗୃହମନ୍ତ୍ରୀ ଅମିତ ଶାହଙ୍କ ବସ୍ତର  ପାଣ୍ଡୁମ ଗସ୍ତ ପୂର୍ବରୁ ମାଓବାଦୀ ତେଲୁଗୁ ଭାଷାରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।  ଶାନ୍ତି ଆଲୋଚନା ପାଇଁ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ  ପ୍ରସ୍ତାବ ରଖିଛନ୍ତି ମାଓ ନେତା। 

 କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଅପରେସନରେ ଏପର୍ଯ୍ୟନ୍ତ ୪୦୦ ରୁ ଅଧିକ ମାଓନେତା, କର୍ମୀ ନିହତ ହୋଇଥିବା ଦାବି କରାଯାଇଛି। ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ 'କାଗର' ଅପରେସନ ବନ୍ଦ କରିବା, ସଶସ୍ତ୍ର ବାହିନୀର ନୂତନ ଶିବିର ସ୍ଥାପନ ବନ୍ଦ କରିବା ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବା ପାଇଁ ମାଓବାଦୀମାନେ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି। ଯଦି ସରକାର ଏହି ଦାବିଗୁଡ଼ିକୁ ଗ୍ରହଣ କରନ୍ତି ତେବେ ମାଓବାଦୀମାନେ ଯୁଦ୍ଧବିରତି ଘୋଷଣା କରିବେ ଏବଂ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ ଦେଇଛନ୍ତି। ଶାନ୍ତି ଆଲୋଚନାକୁ ସମର୍ଥନ କରି ପ୍ରଚାର ଅଭିଯାନ ଆରମ୍ଭ କରିବାକୁ ସାମ୍ବାଦିକ, ବୁଦ୍ଧିଜୀବୀ, ସାମାଜିକ ସଂଗଠନ, ଛାତ୍ର ଏବଂ ଆଦିବାସୀଙ୍କୁ ମାଓବାଦୀମାନେ ଆହ୍ୱାନ ଦେଇଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.