ଭୁବନେଶ୍ଵର, ୨୬/୧୧ : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର। ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ ହିତାଧିକାରୀମାନେ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ପଞ୍ଜିକରଣ କରିଥିବା ସମସ୍ତ ଯୋଗ୍ୟ ହିତାଧିକାରୀ ଟଙ୍କା ପାଇବେ। ବ୍ୟାଙ୍କ ଗୁଡିକରେ ଭିଡ଼ କରନ୍ତୁ ନାହିଁ। ମାର୍ଚ୍ଚ ୮ ମହିଳା ଦିବସରେ ଦ୍ଵିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ। ଏପର୍ଯ୍ୟନ୍ତ ୮୦ ଲକ୍ଷ ୪୬ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିସାରିଲାଣି।