ମେଷ : ଅଷ୍ଟମ ଚନ୍ଦ୍ର, ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ସରଞ୍ଜାମ ବ୍ୟବହାର ଓ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନ ବିଷାଦ ଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତିପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୩, ଆରାଧନା :ପ୍ରଭୁହନୁମାନ ।
ବୃଷ : ସପ୍ତମଚନ୍ଦ୍ର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପୁତ୍ର କନ୍ୟା, ଭାତୃ ଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପରିବାର ସଦସ୍ୟଙ୍କ ମଧ୍ୟରେ ସହଯୋଗ ମିଳିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀରାମ ।
ମିଥୁନ : ଷଷ୍ଠଚନ୍ଦ୍ର, ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଚାଲି ଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ପଞ୍ଚମ ଚନ୍ଦ୍ର, ଘାତଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମ ତୃପ୍ତି ରହିବ ନାହିଁ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁ ତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ । ନୂତନ ବିଦ୍ୟା ଓ କଳାରେ ଅଧିକ ଆଗ୍ରହ ରହିବ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରରେ ସୁଖ ଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଘାତ ଚନ୍ଦ୍ର ଯୋଗୁ କିଛି ସମସ୍ୟା ଦେଖା ଦେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର, ଘାତବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତାବେଳେ ଯଥା ସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଓ ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଫାଲ୍ଗୁନୀସିଂହ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।
କନ୍ୟା : ତୃତୀୟ ଚନ୍ଦ୍ର, ଘାତବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି, ସ୍ୱଜନରେ ସୁ ସମ୍ପର୍କ ଏବଂ ଭାଇ ଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ମନରେ ଦୃଢ଼ଇଚ୍ଛା ଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋ ବଳ ଦୃଢ଼ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କର୍ମ ତତ୍ପରତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା କନ୍ୟା ସେମାନେ ସୁଫଳପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନ ଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ଖର୍ଚ୍ଚ ପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଧନର ସତ୍ ବିନିଯୋଗ ଓ ଉନ୍ନତିମୂଳକ କର୍ମରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଏବଂ ଦରମାରେ କିଛିବୃଦ୍ଧି ଘଟିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖାତୁଳା ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ବିଛା : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ସୁଖବର, ସୁସମ୍ବାଦ ମିଳିବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଦ୍ୱାଦଶଚନ୍ଦ୍ର, ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପମାନ, ଅପଯଶ, ଅପବାଦର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍ ଖର୍ଚ୍ଚ ଏବଂ ପରିବାରର ଖର୍ଚ୍ଚ ଭାରବୃଦ୍ଧି ପାଇବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁଗଜାନନ ।
ମକର : ଏକାଦଶଚନ୍ଦ୍ର, ତ୍ରୟୋଦଶୀତିଥି ଏବଂ ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ, ସମୟ ଓ ପରିବେଶ, ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନାବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬୨, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ଦଶମଚନ୍ଦ୍ର, ଶନିବାର ଓ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ମନରେ ପ୍ରସନ୍ନତା, ଚାଲି ଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
ମୀନ : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ସାହାଯ୍ୟ, ସହଯୋଗପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବ ଭାଦ୍ର ଓ ରେବତୀମୀନ ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩