PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ବୁଧବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ, ୱେବସାଇଟ୍‌ରେ ଉପଲବ୍ଧ ହେବ ଫଳ : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର ୦୪/୦୭: ଦଶମ ଫଳ ପ୍ରକାଶ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜୁଲାଇ ୬ରେ ଅର୍ଥାତ ବୁଧବାର ଦିନ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ସଚିବାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ବରିଷ୍ଠ ଅଧିକାରୀ ଓ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସହ ଆଲୋଚନା କରିବା ପରେ ଗଣାମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।  ମାଟ୍ରିକ୍‌ ସହ ଷ୍ଟେଟ୍‌ ଓପନ ସ୍କୁଲ୍‌, ମଧ୍ୟମା ଆଦି ପରୀକ୍ଷା ଫଳ ମଧ୍ୟ ସମାନ ଭାବେ ପ୍ରକାଶ ପାଇବ । ଚଳିତ ବର୍ଷ ୫ ଲକ୍ଷ ୭୧ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ବୁଧବାର ଦିନ ଗୋଟିଏ ବେଳେ ପରୀକ୍ଷା ଫଳ ପ୍ରକାଶ ପାଇବ । ମ୍ୟାଟ୍ରିକ୍‌ ରେଜଲ୍ଟ ବୋର୍ଡ଼ ସାଇଟ୍‌  www.bseodisha.ac.in  ଓ  www.bseodisha.nic.in  ରେ ଉପଲବ୍ଧ ହେବ । ଯେଉଁମାନଙ୍କ ପାଖରେ ଇଣ୍ଟରନେଟ୍‌ର ସୁବିଧା ନାହିଁ, ସେମାନେ SMS ମାଧ୍ୟମରେ ପରୀକ୍ଷା ଫଳ ଜାଣିପାରିବେ। OR10 ଲେଖି ରୋଲ୍‌ ନମ୍ବର  5676750କୁ ପଠାଇଲେ ରେଜଲ୍ଟ ମିଳିବ। 

ସୂଚନାଯୋଗ୍ୟ, ରାଜ୍ୟରେ ଚଳିତ ବର୍ଷ ୫ ଲକ୍ଷ ୭୧ହଜାର ୯୦୯ ଜଣ ପରୀକ୍ଷାର୍ଥୀ ଏହି ହାଇସ୍କୁଲ୍‌ ସାର୍ଟିଫିକେଟ୍‌ ପରୀକ୍ଷା ଲାଗି ଫର୍ମ ପୂରଣ କରିଥିଲେ । ଦଶମ ଶ୍ରେଣୀ ସମେଟିଭ୍‌ ଆସେସମେଣ୍ଟ୍‌-୨ ପରୀକ୍ଷା ଏପ୍ରିଲ୍‌ ୨୯ରୁ ଆରମ୍ଭ ହୋଇଥିଲା । ତେବେ ଏହି ପରୀକ୍ଷାରେ ପ୍ରାୟ ୩୯ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଥିଲେ । ଅନୁପସ୍ଥିତିକୁ ନେଇ ପରୀକ୍ଷା ବ୍ୟବସ୍ଥାକୁ ଦାୟୀ କରି ରାଜ୍ୟରେ ଶିକ୍ଷାବିତ୍‌ଙ୍କ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା ।